ବଢି ଚାଲିଛି କରୋନା, ଆକ୍ଟିଭ ମାମଲା ୨୫ ହଜାର ଉପରେ

ଦେଶରେ ଦ୍ରୁତ ଗତିରେ ମାଡ଼ିଚାଲିଛି କରୋନା । ଦୁଇ ଦିନ ମଧ୍ୟରେ କରୋନାର ନୂଆ ମାମଲାରେ ପାଖାପାଖି ୮୦ ପ୍ରତିଶତ ବୃଦ୍ଧି ଘଟିଛି । ସ୍ଥିତିକୁ ନେଇ ସମୀକ୍ଷା କରିବେ କେନ୍ଦ୍ର ସ୍ବାସ୍ଥ୍ୟମନ୍ତ୍ରୀ ମନସୁଖ ମାଣ୍ଡଭିୟ ।
ମହାରାଷ୍ଟ୍ରରେ କରୋନା ସଂକ୍ରମଣ ଚିନ୍ତା ବଢ଼ାଇଛି। ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୯୨୬ ନୂଆ ମାମଲା ସାମ୍ନାକୁ ଆସିଛି। ଏଥିଯୋଗୁ ରାଜ୍ୟରେ ସକ୍ରିୟ ମାମଲା ସଂଖ୍ୟା ୪୪୮୭କୁ ବୃଦ୍ଧି ପାଇଛି। ଅନ୍ୟପକ୍ଷେ କରୋନାରେ ରାଜ୍ୟରେ ୩ ଜଣଙ୍କ ମୃତ୍ୟୁ ଘଟିଥିବା ସ୍ବାସ୍ଥ୍ୟ ମନ୍ତ୍ରଣାଳୟ ପକ୍ଷରୁ କୁହାଯାଇଛି। ଏପରିକି ହସ୍ପିଟାଲର ଗୋଟିଏ ଦିନ ପରେ ୪୨୩ କରୋନା ଆକ୍ରାନ୍ତ ସୁସ୍ଥ ହୋଇ ଘରକୁ ଫେରିଛନ୍ତି।
ଦେଶରେ ଏବେ କରୋନା ଆକ୍ଟିଭ ମାମଲା ୨୫ ହଜାର ଉପରେ ରହିଛି । ଓଡ଼ିଶାରେ ମଧ୍ୟ ସଂକ୍ରମଣ ବଢିବାରେ ଲାଗିଛି । ସ୍ଥିତିକୁ ଦୃଷ୍ଟିରେ ରଖି ଟେଷ୍ଟିଂ ସହିତ ସର୍ଭେଲାନ୍ସକୁ ବଢାଇଛି ସ୍ବାସ୍ଥ୍ୟ ବିଭାଗ ।
Powered by Froala Editor