ଓଡ଼ିଆ ନବବର୍ଷରେ ମୋଦୀଙ୍କ ଶୁଭେଚ୍ଛା
ନୂଆଦିଲ୍ଲୀ: ଆଜି ମହାବିଷୁବ ସଂକ୍ରାନ୍ତି ଓ ଓଡ଼ିଆ ନବବର୍ଷ ଅବସରରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଶୁଭେଚ୍ଛା ଜଣାଇଛନ୍ତି। ଟୁଇଟ୍ କରି ସେ ଲେଖିଛନ୍ତି: ମହାବିଷୁବ ପଣା ସଂକ୍ରାନ୍ତି ଏବଂ ଓଡ଼ିଆ ନବବର୍ଷର ଶୁଭେଚ୍ଛା ନୂଆବର୍ଷ ଅପାର ଖୁସି ଏବଂ ଉତ୍ତମ ସ୍ବାସ୍ଥ୍ୟ ନେଇ ଆସୁ। ଆସନ୍ତା ବର୍ଷ ଆପଣଙ୍କ ସମସ୍ତ ଇଚ୍ଛା ପୂରଣ ହେଉ।
କେନ୍ଦ୍ର ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ମଧ୍ୟ ମହାବିଷୁବ ସଂକ୍ରାନ୍ତି ଓ ଓଡ଼ିଆ ନବବର୍ଷ ଅବସରରେ ଶୁଭେଚ୍ଛା ଜଣାଇଛନ୍ତି। ଟୁଇଟ୍ କରି ସେ ଲେଖିଛନ୍ତି: ପବିତ୍ର ମହାବିଷୁବ ସଂକ୍ରାନ୍ତି ଏବଂ ଓଡ଼ିଆ ନବବର୍ଷର ହାର୍ଦ୍ଦିକ ଶୁଭେଚ୍ଛା। ନୂଆବର୍ଷ ସମସ୍ତଙ୍କ ଜୀବନରେ ଆନନ୍ଦ ଓ ଉଲ୍ଲାସ ଆଣିଦେଉ। ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଆଶୀର୍ବାଦରୁ ଓଡ଼ିଆ ଜାତି ଆହୁରି ଭବ୍ୟ ଏବଂ ସମୃଦ୍ଧଶାଳୀ ହେଉ ଏବଂ ଓଡ଼ିଶା ସମ୍ପନ୍ନତାର ଶୀର୍ଷରେ ପହଞ୍ଚୁ, ଏହା କାମନା କରୁଛି।
Powered by Froala Editor