ପଶ୍ଚିମବଙ୍ଗରେ ଅସହ୍ୟ ତାତି: ସପ୍ତାହକ ଯାଏ ସ୍କୁଲ ବନ୍ଦ
ଗ୍ରୀଷ୍ମ ପ୍ରବାହକୁ ଦୃଷ୍ଟିରେ ରଖି ପଶ୍ଚିମବଙ୍ଗ ସରକାର ବଡ଼ ନିଷ୍ପତ୍ତି ନେଇଛନ୍ତି। ଆସନ୍ତା ସପ୍ତାହକ ଯାଏ ରାଜ୍ୟରେ ଥିବା ସମସ୍ତ ଶିକ୍ଷାନୁଷ୍ଠାନକୁ ଛୁଟି ଘୋଷଣା କରିଛନ୍ତି ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ ।
ମତା ବାନାର୍ଜୀ ସ୍ପଷ୍ଟ କରିଛନ୍ତି ଯେ ଗ୍ରୀଷ୍ମ ପ୍ରବାହ ପାଇଁ ସ୍କୁଲରୁ ଫେରିବା ପରେ ପିଲାମାନଙ୍କର ବିଭିନ୍ନ ସ୍ୱାସ୍ଥ୍ୟଗତ ସମସ୍ୟା ହେଉଥିବା ସାମ୍ନାକୁ ଆସିଥିଲା। ସ୍କୁଲରୁ ଫେରିବା ପରେ ପିଲାମାନେ ମୁଣ୍ଡବିନ୍ଧା ଠାରୁ ଆରମ୍ଭ କରି ବିଭିନ୍ନ ପ୍ରକାରର ସ୍ୱାସ୍ଥ୍ୟଗତ ସମସ୍ୟାରେ ପଡ଼ୁଛନ୍ତି। ଏହାକୁ ଦୃଷ୍ଟିରେ ରଖି ସମସ୍ତ ସ୍କୁଲ ଓ କଲେଜକୁ ଆସନ୍ତା ସପ୍ତାହରେ ବନ୍ଦ ରଖିବାକୁ ନିଷ୍ପତ୍ତି ହୋଇଛି।
ବେସରକାରୀ ଶିକ୍ଷାନୁଷ୍ଠାନଗୁଡିକୁ ନିର୍ଦ୍ଦେଶ ଅନୁସରଣ କରିବାକୁ ମୁଖ୍ୟମନ୍ତ୍ରୀ ଅନୁରୋଧ କରିଥିବା ବେଳେ ଏହି ନିଷ୍ପତ୍ତି ସମ୍ପର୍କରେ ଖୁବ ଶୀଘ୍ର ଏକ ବିଜ୍ଞପ୍ତି ପ୍ରକାଶ ପାଇବ ବୋଲି କହିଛନ୍ତି। ଏହା ସହ ମଧ୍ୟାହ୍ନ ୧୨ଟାରୁ ଅପରାହ୍ନ ୪ଟା ପର୍ଯ୍ୟନ୍ତ ଦରକାର ନଥିଲେ ଘରୁ ନବାହାରିବାକୁ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ କହିଛନ୍ତି।
Powered by Froala Editor