ଆଜି ଦେଶରେ କୋଭିଡ୍-୧୯ ସଂକ୍ରମଣ ସଂଖ୍ୟା ୧୦,୦୦୦ ତଳେ
ନୂଆଦିଲ୍ଲୀ: ଆଜି ଦେଶରେ କୋଭିଡ୍-୧୯ ସଂକ୍ରମଣ ସଂଖ୍ୟା ୧୦,୦୦୦ ତଳେ ଥିବାବେଳେ ସକ୍ରିୟ ଆକ୍ରାନ୍ତଙ୍କ ସଂଖ୍ୟା ୬୦,୦୦୦ ଟପି ଯାଇଥିବା କଥା କେନ୍ଦ୍ର ସ୍ବାସ୍ଥ୍ୟ ମନ୍ତ୍ରାଳୟ ସୂଚନାରୁ ଜଣାପଡ଼ିଛି। କେନ୍ଦ୍ର ସ୍ୱାସ୍ଥ୍ୟ ମନ୍ତ୍ରାଳାୟ ତଥ୍ୟ ଅନୁସାରେ, ସୋମବାର ସକାଳ ୮ଟା ସୁଦ୍ଧା ସମଗ୍ର ଦେଶରେ ୨୪ ଘଣ୍ଟା ମଧ୍ୟରେ ୯,୧୧୧ କରୋନାଭାଇରସ୍ଜନିତ ନୂତନ ସଂକ୍ରମଣ ରେକର୍ଡ କରାଯାଇଛି। ୨୪ ଘଣ୍ଟାରେ ଚିହ୍ନଟ ହୋଇଥିବା ୯,୧୧୧ ନୂତନ ଆକ୍ରାନ୍ତଙ୍କୁ ମିଶାଇ ଦେଶରେ ସମୁଦାୟ ସଂକ୍ରମିତଙ୍କ ସଂଖ୍ୟା ୪,୪୮,୨୭,୨୨୬ରେ ପହଞ୍ଚିଛି।
ଗତ ୨୪ ଘଣ୍ଟାରେ ୨୭ଟି ମୃତ୍ୟୁ ରିପୋର୍ଟ କରାଯିବା ଫଳରେ ଦେଶରେ କୋଭିଡ୍-୧୯ଜନିତ ମୃତ୍ୟୁସଂଖ୍ୟା ୫,୩୧,୧୪୧କୁ ବୃଦ୍ଧି ପାଇଛି। ଗତ ୨୪ ଘଣ୍ଟାରେ କୋଭିଡ୍-୧୯ ସଂକ୍ରମଣରୁ ସୁସ୍ଥ ହୋଇଥିବା ଆକ୍ରାନ୍ତଙ୍କୁ ମିଶାଇ ସମ୍ପ୍ରତି ଦେଶରେ ସମୁଦାୟ ସୁସ୍ଥତା ସଂଖ୍ୟା ହେଉଛି ୪,୪୨,୩୫,୭୭୨। ସମ୍ପ୍ରତି ଦେଶରେ ସୁସ୍ଥତା ହାର ୯୮.୬୮% ରହିଛି। ଦେଶରେ ସକ୍ରିୟ ଆକ୍ରାନ୍ତଙ୍କ ସଂଖ୍ୟା ୬୦,୩୧୩କୁ ବୃଦ୍ଧି ପାଇଥିବା ରେକର୍ଡ କରାଯାଇଛି।
Powered by Froala Editor