ଆଜି ଶ୍ରୀବିଗ୍ରହଙ୍କ ବନକଲାଗି ନୀତି, ୬ ରୁ ୧୦ ଦର୍ଶନ ବନ୍ଦ
ପୁରୀ : ଆଜି ବୈଶାଖ-କୃଷ୍ଣ ଚତୁର୍ଦ୍ଦଶୀ ତିଥି । ଶ୍ରୀମନ୍ଦିରରେ ଶ୍ରୀବିଗ୍ରହଙ୍କ ବନକଲାଗି ନୀତି ଅନୁଷ୍ଠିତ ହେବ। ଦ୍ୱିତୀୟ ଭୋଗମଣ୍ଡପ ଭୋଗ ଶେଷ ହେବାପରେ ସନ୍ଧ୍ୟା ୬ଟାରୁ ରାତି ୧୦ଟା ପର୍ୟ୍ୟନ୍ତ ସର୍ବସାଧାରଣ ଦର୍ଶନ ବନ୍ଦ ରହିବ । ଏହି ସମୟରେ ମହାପ୍ରଭୁଙ୍କର ଏହି ଗୁପ୍ତ ନୀତି କରାଯିବ। ଏହି ନୀତି ସମୟରେ ଜୟ ବିଜୟ ଦ୍ୱାର ବନ୍ଦ ରହିବ।
ତେବେ ଦ୍ୱିତୀୟ ଭୋଗମଣ୍ଡପ ଭୋଗ ଶେଷ ହେବା ପରେ ଦତ୍ତମହାପାତ୍ର ସେବକମାନେ ମହାପ୍ରଭୁଙ୍କ ଶ୍ରୀମୁଖ ଶୃଙ୍ଗାର କରିବେ। ଦତ୍ତମହାପାତ୍ର ସେବକମାନେ ପ୍ରାକୃତିକ ପ୍ରଣାଳୀରେ ପ୍ରସ୍ତୁତ ପ୍ରସାଧାନରେ ଶ୍ରୀବିଗ୍ରହମାନଙ୍କ ଶ୍ରୀମୁଖ ଶୃଙ୍ଗାର କରିବେ। ହିଙ୍ଗୁଳ, ହରିତାଳ, କସ୍ତୁରୀ, ନାଲି, ଧଳା ଓ କଳା ଭଳି ପାରମ୍ପରିକ ରଙ୍ଗରେ ମହାପ୍ରଭୁଙ୍କ ଶ୍ରୀମୁଖ ଶୃଙ୍ଗାର କରାଯିବ। ଏହା ଏକ ଗୁପ୍ତ ସେବା ନୀତି ହୋଇଥିବାରୁ ଏହି ସମୟରେ ସର୍ବସାଧାରଣ ଦର୍ଶନ ବନ୍ଦ ରହିବ ବୋଲି ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ସୂଚନା ଦିଆଯାଇଛି ।
Powered by Froala Editor