କାଲିଠୁ ଓଡ଼ିଶାର ସମସ୍ତ ସରକାରୀ ଓ ବେସରକାରୀ ସ୍କୁଲ ଛୁଟି
ଭୁବନେଶ୍ବର: ଆସନ୍ତାକାଲିଠାରୁ ଓଡ଼ିଶାର ସମସ୍ତ ସରକାରୀ ଓ ବେସରକାରୀ ସ୍କୁଲର ଗ୍ରୀଷ୍ମକାଳୀନ ଛୁଟି ଘୋଷଣା କରିବେ ରାଜ୍ୟ ସରକାର। ଯୁକ୍ତ୨ ପର୍ଯ୍ୟନ୍ତ ଶିକ୍ଷା ପ୍ରଦାନ କରୁଥିବା ସମସ୍ତ ସରକାରୀ, ଅନୁଦାନପ୍ରାପ୍ତ ଓ ଘରୋଇ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ, ପ୍ରାଥମିକ ବିଦ୍ୟାଳୟ, ଉଚ୍ଚ ପ୍ରାଥମିକ ବିଦ୍ୟାଳୟ, ଉଚ୍ଚ ବିଦ୍ୟାଳୟ ବନ୍ଦ ରହିବ। ଏଥିସହ ପ୍ରି-ସ୍କୁଲ ଓ ଅଙ୍ଗନବାଡ଼ି କେନ୍ଦ୍ରଗୁଡ଼ିକ ମଧ୍ୟ ଗ୍ରୀଷ୍ମକାଳୀନ ଛୁଟି ଘୋଷଣା ହେବ।
ଏନେଇ ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟାଳୟ ପକ୍ଷରୁ ସୂଚନା ଦିଆଯାଇଛି। ପ୍ରଚଣ୍ଡ ଗ୍ରୀଷ୍ମପ୍ରବାହକୁ ଆଖି ଆଗରେ ରଖି ଏଭଳି ନିଷ୍ପତ୍ତି ନିଆଯାଇଥିବା ଜଣାଯାଇଛି। ଏନେଇ ଆଜି ସରକାର ବିଧିବଦ୍ଧଭାବେ ଘୋଷଣା କରିବେ ବୋଲି କୁହାଯାଇଛି। ସୂଚନାଯୋଗ୍ୟ, ଜାରି ରହିଥିବା ଗ୍ରୀଷ୍ମ ପ୍ରବାହକୁ ଦୃଷ୍ଟିରେ ରଖି ଦୁଇ ଦିନ(ଏପ୍ରିଲ ୧୯ ଓ ୨୦) ପାଇଁ ରାଜ୍ୟର ସମସ୍ତ ବିଦ୍ୟାଳୟ ଓ ଅଙ୍ଗନବାଡ଼ି କେନ୍ଦ୍ରକୁ ଛୁଟି ଘୋଷଣା କରାଯାଇଥିଲା। ଯୁକ୍ତ୨ ପର୍ଯ୍ୟନ୍ତ ଶିକ୍ଷା ପ୍ରଦାନ କରୁଥିବା ସମସ୍ତ ସରକାରୀ, ଅନୁଦାନପ୍ରାପ୍ତ ଓ ଘରୋଇ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ, ପ୍ରାଥମିକ ବିଦ୍ୟାଳୟ, ଉଚ୍ଚ ପ୍ରାଥମିକ ବିଦ୍ୟାଳୟ, ଉଚ୍ଚ ବିଦ୍ୟାଳୟ ବନ୍ଦ ରହିବ।
ଏଥିସହ ପ୍ରି-ସ୍କୁଲ ଓ ଅଙ୍ଗନବାଡ଼ି କେନ୍ଦ୍ରଗୁଡ଼ିକ ମଧ୍ୟ ଛୁଟି ଘୋଷଣା ହୋଇଥିଲା। ଏହାକୁ ମିଶାଇ ଚଳିତ ମାସରେ ରାଜ୍ୟ ସରକାରଙ୍କ ପକ୍ଷରୁ ଦ୍ବିତୀୟଥର ଲାଗି ବିଦ୍ୟାଳୟଗୁଡ଼ିକୁ ଛୁଟି ଘୋଷଣା କରାଯାଇଥିଲା। ପୂର୍ବରୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ବିଦେଶ ଗସ୍ତରୁ ଫେରିବା ପରେ ଏପ୍ରିଲ ୧୨ରୁ ୧୬ ତାରିଖ ପର୍ଯ୍ୟନ୍ତ ବିଦ୍ୟାଳୟଗୁଡ଼ିକୁ ଛୁଟି ଘୋଷଣା କରିଥିଲେ।
Powered by Froala Editor