ଦେଶରେ ଦିନକରେ ୧୨ ହଜାର ୫୯୧ ନୂଆ ଆକ୍ରାନ୍ତ ଚିହ୍ନଟ
ନୂଆଦିଲ୍ଲୀ: ଦେଶରେ କାୟା ମେଲାଉଛି କରୋନା । ସଂକ୍ରମଣ ବଢି ଚାଲିଥିବା ବେଳେ କରୋନା ମୃତକଙ୍କ ସଂଖ୍ୟା ମଧ୍ୟ ବଢି ଚାଲିଛି । ଦେଶରେ ଗତ ୨୪ଘଣ୍ଟାରେ ୪୦ ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ ୮ଟି ରାଜ୍ୟରେ ସଂକ୍ରମଣ ଦ୍ରୁତ ଗତିରେ ବଢି ଚାଲିଛି । ଦିନକରେ ୧୨ହଜାର ୫୯୧ କରୋନା ପଜିଟିଭ ଚିହ୍ନଟ ହୋଇଛି । ସେପଟେ ଦିନକରେ ସୁସ୍ଥ ହୋଇଛନ୍ତି ୧୦ ହଜାର ୮୨୭ ଆକ୍ରାନ୍ତ । ଏବେ ସୁଦ୍ଧା ମୋଟ ସକ୍ରିୟ ଆକ୍ରାନ୍ତ ସଂଖ୍ୟା ୬୫ ହଜାର ୨୮୬କୁ ବୃଦ୍ଧି ପାଇଛି ।
ଗତ ୨୪ ଘଣ୍ଟାରେ କୋଭିଡ୍-୧୯ ସଂକ୍ରମଣରୁ ସୁସ୍ଥ ହୋଇଥିବା ଆକ୍ରାନ୍ତଙ୍କୁ ମିଶାଇ ସମ୍ପ୍ରତି ଦେଶରେ ସମୁଦାୟ ସୁସ୍ଥତା ସଂଖ୍ୟା ହେଉଛି ୪,୪୨,୬୧,୪୭୬। ସମ୍ପ୍ରତି ଦେଶରେ ସୁସ୍ଥତା ହାର ୯୮.୬୭% ରହିଛି। ଦେଶରେ ଦୈନିକ କୋଭିଡ୍-୧୯ ‘ପଜିଟିଭିଟି’ ହାର ୪.୪୮% ଥିବା ବେଳେ ସାପ୍ତାହିକ ‘ପଜିଟିଭିଟି’ ହାର ୫.୩୨% ରହିଥିବା କଥା ସ୍ବାସ୍ଥ୍ୟ ମନ୍ତ୍ରାଳୟ ସୂଚନା ଦେଇଛି।
ଏହାଛଡ଼ା, ଦେଶରେ ସକ୍ରିୟ ଆକ୍ରାନ୍ତଙ୍କ ସଂଖ୍ୟା ୬୫,୨୮୬କୁ ବୃଦ୍ଧି ପାଇଥିବା ରେକର୍ଡ କରାଯାଇଛି। ଏହା ହେଉଛି ଦେଶର ସମୁଦାୟ ସଂକ୍ରମଣର ୦.୧୫%।
Powered by Froala Editor