ସୁନ୍ଦରଗଡ଼ରୁ ସର୍ବାଧିକ ୧୪୭ ଆକ୍ରାନ୍ତ ଚିହ୍ନଟ

ଭୁବନେଶ୍ୱର: ପୁଣି ନିଜର କାୟା ବିସ୍ତାର କରି ଚାଲିଛି କରୋନା। ଓଡ଼ିଶାରେ କରୋନା ଗ୍ରାଫ ଧୀରେ ଧୀରେ ଉପରମୁହାଁ ହେଉଛି । ଦିନକୁ ଦିନ କରୋନା ଲମ୍ବଡିଆଁ ମାରୁଛି । ଗତ କିଛି ଦିନ ହେଲା ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବୃଦ୍ଧି ପାଉଛି । ରାଜ୍ୟରେ କରୋନା ଚିତ୍ର ଦିନକୁ ଦିନ ଭୟାନକ ଆଡ଼କୁ ଯାଉଛି । ବର୍ତ୍ତମାନ ସ୍କୁଲ ଓ କଲେଜରେ କରୋନା ସଂକ୍ରମିତ ଚିହ୍ନଟ ଖବର ସାମନାକୁ ଆସୁଛି । ତେବେ ଏହାରି ଭିତରେ ରାଜ୍ୟରେ ଆଉ ୭୯୧ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ସେମାନଙ୍କ ମଧ୍ୟରୁ କ୍ୱାରେଂଟାଇନରେ ୪୫୯ ଜଣ ଥିବାବେଳେ ସ୍ଥାନୀୟ ସଂସ୍ପର୍ଶରେ ଆସି ୩୩୨ ଜଣ ଆକ୍ରାନ୍ତ ହୋଇଛନ୍ତି। ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ସଂକ୍ରମିତଙ୍କ ସଂଖ୍ୟା ୩ଲକ୍ଷ ୪୪ ହଜାର ୬୪୭କୁ ଛୁଇଁଛି।
ସୁନ୍ଦରଗଡ଼ରୁ ସର୍ବାଧିକ ୧୪୭ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଥିବାବେଳେ ଖୋର୍ଦ୍ଧାରୁ ୧୧୮ ଚିହ୍ନଟ ହୋଇଛନ୍ତି । ସେହିପରି ବରଗଡ଼ ୪୮, କଟକ ୪୬, ସମ୍ବଲପୁର ୪୫, ପୁରୀ ୪୩, କଳାହାଣ୍ଡି ୩୮, ଝାରସୁଗୁଡ଼ା ୩୧, ନୂଆପଡ଼ା ୩୧, ଷ୍ଟେଟପୁଲ ୨୭, ମୟୂରଭଞ୍ଜ ୨୪, ନବରଙ୍ଗପୁର ୨୩, ଅନୁଗୁଳ ୧୭, ଯାଜପୁର ୧୬, ବଲାଙ୍ଗୀର ୧୪, ରାୟଗଡ଼ା ୧୪, ଭଦ୍ରକ ୧୦, ଜଗତସିଂହପୁର ୯, ଗଞ୍ଜାମ ୯, କୋରାପୁଟ ୯, ସୁବର୍ଣ୍ଣପୁର ୭, ବାଲେଶ୍ୱର ୬, କନ୍ଧାମାଳ ୪, ଢେଙ୍କାନାଳ ୩, ମାଲକାନଗିରି ୨, ବୌଦ୍ଧ ୨, ଦେବଗଡ଼ ଓ କେନ୍ଦ୍ରାପଡ଼ାରୁ ଜଣେ ଲେଖାଏଁ ଚିହ୍ନଟ ହୋଇଛନ୍ତି ।