ସହିଦ ଦେବାଶିଷଙ୍କ ପରିବାରକୁ ୨୫ ଲକ୍ଷ ଟଙ୍କାର ସହାୟତା ଘୋଷଣା କଲେ ମୁଖ୍ୟମନ୍ତ୍ରୀ
ଭୁବନେଶ୍ବର : ସହିଦ ଦେବାଶିଷଙ୍କ ପରିବାରକୁ ୨୫ ଲକ୍ଷ ଟଙ୍କାର ସହାୟତା ରାଶି ଘୋଷଣା କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ମୁଖ୍ୟମନ୍ତ୍ରୀ ରିଲିଫ୍ ପାଣ୍ଠିରୁ ଏହି ସହାୟତା ଦିଆଯିବ । ଶୋକ ସନ୍ତପ୍ତ ପରିବାରକୁ ସମବେଦନା ଜଣାଇବା ସହ ଏଭଳି ଦୁଖ ସମୟରେ ଭାଗବାନ ସେମାନଙ୍କୁ ଧୈର୍ୟ୍ୟ ଓ ସାହସ ଦିଅନ୍ତୁ ବୋଲି ମୁଖ୍ୟମନ୍ତ୍ରୀ ପ୍ରାର୍ଥନା କରିଛନ୍ତି । ଜାମ୍ମୁକାଶ୍ମୀରର ପୁଞ୍ଚରେ ଆତଙ୍କୀ ହମଲାରେ ସହିଦ ହୋଇଛନ୍ତି ଦେବାଶିଷ । ଦେବାଶିଷଙ୍କ ଘର ପୁରୀ ଜିଲ୍ଲା ସାକ୍ଷୀଗୋପାଳ ଅଂଚଳର ଅଳଗୂମ ଗ୍ରାମରେ ।
Powered by Froala Editor