ଆଜି ଦିନରେ ଅଖିମୁଠି ଅନୁକୂଳ କରି କୃଷି କାର୍ୟ୍ୟ ଶୁଭାରମ୍ଭ କରିଥାଏ ଚାଷୀ

ଭୁବନେଶ୍ୱର: ଆଜି ପବିତ୍ର ଅକ୍ଷୟ ତୃତୀୟା । ବୈଶାଖ ମାସ ଶୁକ୍ଳପକ୍ଷ ତୃତୀୟାକୁ ଅକ୍ଷୟ ତୃତୀୟା କୁହାଯାଏ । ଆଜିର ଏହି ପବିତ୍ର ମୁହୂର୍ତ୍ତର୍ରେ କୌଣସି କାମ କଲେ, ତାହା ନିଶ୍ଚିତ ଶୁଭଙ୍କର ବୋଲି ବିଶ୍ୱାସ ରହିଛି । ବିଶେଷକରି ଜଗନ୍ନାଥ ସଂସ୍କୃତି ସହ ଜଡ଼ିତ ଏହି ପର୍ବ ପ୍ରତିଟି ଓଡ଼ିଆଙ୍କ ଆସ୍ଥାର ପ୍ରତୀକ ବୋଲି କୁହାଯାଏ । ଆଜିର ଦିନରେ ଚାଷୀ ଅଖିମୁଠି ଅନୁକୂଳ କରି କୃଷି କାର୍ୟ୍ୟର ଶୁଭାରମ୍ଭ କରିଥାଏ । ତେଣୁ ଏହାକୁ କୃଷିଭିତିକ ପର୍ବ ବା କୃଷକଙ୍କ ପର୍ବ ବୋଲି କୁହାଯାଏ ।
କୃଷକମାନେ ବଡ଼ ଶୁଦ୍ଧି ଓ ସିଦ୍ଧିର ଦିବସ ଭାବେ ଏହାର ପାଳନ କରିଥାନ୍ତି । ଚାଷୀମାନେ କ୍ଷେତରେ ମୁଠାମୁଠା ବିହନ ବୁଣିଥାନ୍ତି, ଯାହାକୁ ଅଖିମୁଠି କହିଥାନ୍ତି । ଆଉ ଆଜିଠାରୁ ଚାଷ କାମ ଆରମ୍ଭ ହୋଇଥାଏ । ସବୁ କାମର ଅନୁକୂଳ ପାଇଁ ଏହି ଦିନଟି ବେଶ୍ ବଲ ଓ ଶୁଭ ହୋଇଥିବାରୁ ଗୃହନିର୍ମାଣ, ନିର୍ବନ୍ଧ, ବିବାହ, ଉପନୟନ ଆଦି ଶୁଭକର୍ମ ଅନୁଷ୍ଠିତ ହୋଇଥାଏ ।
ପବିତ୍ର ଅକ୍ଷୟ ତୃତୀୟା ଅବସରରେ ବିଶ୍ୱ ପ୍ରସିଦ୍ଧ ରଥଯାତ୍ରା ପାଇଁ ରଥ ନିର୍ମାଣର ଅନୁକୂଳ ହେବ ।। ଏଥିପାଇଁ ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ସ୍ୱତନ୍ତ୍ର ବ୍ୟବସ୍ଥା କରାଯାଇଛି । ସେପଟେ ଭକ୍ତଙ୍କ ସୁରକ୍ଷା ବ୍ୟବସ୍ଥା ପାଇଁ ପୋଲିସ ପ୍ରଶାସନ ପକ୍ଷରୁ ସମସ୍ତ ପ୍ରସ୍ତୁତି କରାଯାଇଛି ।
Powered by Froala Editor