ହାତରେ ଲଙ୍ଗଳ ଧରି ଅଖିମୁଠି ଅନୁକୂଳ କଲେ ମୁଖ୍ୟମନ୍ତ୍ରୀ
ଭୁବନେଶ୍ୱର: ଆଜି ପବିତ୍ର ଅକ୍ଷୟ ତୃତୀୟା ଅବସରରେ ଭୁବନେଶ୍ବର ଓୟୁଏଟି ପରିସରରେ ରାଜ୍ୟସ୍ତରୀୟ ଉତ୍ସବରେ ଅଖିମୁଠି ଅନୁକୂଳ କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ଆଜିର ଦିବସକୁ କୃଷକ ଦିବସ ରୂପେ ପାଳନ କରୁଛନ୍ତି ରାଜ୍ୟ ସରକାର। ଆଜି ଅଖି ମୁଠି ଅନୁକୂଳ ପାଇଁ ପାଗ ସମ୍ପୂର୍ଣ୍ଣ ଉପଯୋଗୀ ରହିଛି। ମୁଖ୍ୟମନ୍ତ୍ରୀ ହାତରେ ଲଙ୍ଗଳ ଧରି ଜଗା ବଳିଆ ବଳଦ ସାହାଯ୍ୟରେ ଅଖିମୁଠି ଅନୁକୂଳ କରିଛନ୍ତି।ଏହି କାର୍ୟ୍ୟକ୍ରମରେ କୃଷିମନ୍ତ୍ରୀ ରଣେନ୍ଦ୍ର ପ୍ରତାପ ସ୍ୱାଇଁ, କୃଷି ବିଭାଗର ପ୍ରମୁଖ ସଚିବ ଅରବିନ୍ଦ ପାଢ଼ୀ, ପୂର୍ବତନ ସାଂସଦ ପ୍ରସନ୍ନ ପାଟଶାଣୀ ଯୋଗ ଦେଇଛନ୍ତି।
ମୁଖ୍ୟମନ୍ତ୍ରୀ ପ୍ରଥମେ ଓଡ଼ିଶା କୃଷି ଓ ବୈଷୟିକ ବିଶ୍ଵବିଦ୍ୟାଳୟ ଯାଇ ସେଠାରେ ଅକ୍ଷୀ ମୁଠି ଅନୁକୂଳ କରି ରାଜ୍ୟର କୃଷକ ଭାଇ ଭଉଣୀମାନଙ୍କୁ ଶୁଭେଛା ଜଣାଇଛନ୍ତି।
ଏହାପରେ ସେ ଲୋକ ସେବା ଭବନ ଆସି ସେଠାରେ ମିଲଟ ଶକ୍ତି କାଫେ ଲୋକାର୍ପିତ କରିଥିଲେ।
Powered by Froala Editor