ରାଜ୍ୟରେ ୨୮ ପର୍ୟ୍ୟନ୍ତ କାଳବୈଶାଖୀ ବର୍ଷା ସମ୍ଭାବନା
ଭୁବନେଶ୍ୱର: ଓଡ଼ିଶା ଉପକୂଳରେ ଗୁରୁଚାପ ବଳୟ ସକ୍ରିୟ ରହିଛି। ଏହା ପ୍ରଭାବରେ ରାଜ୍ୟରେ ୨୮ତାରିଖ ପର୍ୟ୍ୟନ୍ତ କାଳବୈଶାଖୀ ସହ ବର୍ଷା ହେବାର ସମ୍ଭାବନା ରହିଛି। ଆଗାମୀ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ କେତେକ ସ୍ଥାନରେ ପବନ ଘଡଘଡି ସହ ବର୍ଷା ହେବା ନେଇ ପୂର୍ବାନୁମାନ କରିଛି ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ।
ପାଣିପାଗ କେନ୍ଦ୍ରର ସୂଚନା ଅନୁସାରେ, ଆଗାମୀ ୨୪ ଘଣ୍ଟା ମଧ୍ୟରେ ୧୫ ଜିଲ୍ଲାରେ ପବନ ଘଡଘଡି ସହ ବର୍ଷା ହେବ। ଏଥିପାଇଁ ୧୧ଟି ଜିଲ୍ଲାଟି ୟଲୋ ୱାର୍ଣ୍ଣିଂ ଜାରି କରାଯାଇଛି। ସେହି ଜିଲ୍ଲା ଗୁଡ଼ିକ ହେଲା ଝାରସୁଗୁଡ଼ା, ସୁନ୍ଦରଗଡ଼, ମୟୂରଭଞ୍ଜ, କେନ୍ଦୁଝର, ସମ୍ବଲପୁର ,ବଲାଙ୍ଗିର, ନୂଆପଡ଼ା, କଳାହାଣ୍ଡି, କନ୍ଧମାଳ, ସୋନପୁର, ଗଜପତି, ଗଞ୍ଜାମ, ରାୟଗଡ଼ା,ମାଲକାନଗିରି ଓ କୋରାପୁଟ। ଏହି ଜିଲ୍ଲାମାନଙ୍କରେ ମଧ୍ୟମ ଧରଣ ବର୍ଷା ହେବା ସହ ପବନର ଘଣ୍ଟାପ୍ରତି ୪୦ରୁ ୫୦ କି.ମି. ବୋହିବ। ଆସନ୍ତାକାଲି ମଧ୍ୟ ଉପକୂଳ ଓ ଆଭ୍ୟନ୍ତରୀଣ ଓଡ଼ିଶାରେ ଘଡଘଡି ସହ ବର୍ଷା ହେବା ନେଇ ପୂର୍ବାନୁମାନ କରିଛି ପାଣିପାଗ କେନ୍ଦ୍ର। ଏଥିପାଇଁ ୟଲୋ ୱାର୍ଣ୍ଣିଂ ମଧ୍ୟ ଜାରି କରାଯାଇଛି।
Powered by Froala Editor