୧୫୭ଟି ନୂଆ ସରକାରୀ ନର୍ସିଂ କଲେଜ୍ ପ୍ରତିଷ୍ଠା ପ୍ରସ୍ତାବକୁ କେନ୍ଦ୍ରର ମଞ୍ଜୁରୀ

ନୂଆଦିଲ୍ଲୀ: ଦେଶରେ ଥିବା ବିଭିନ୍ନ ମେଡିକାଲ୍ କଲେଜ୍ ଗୁଡ଼ିକରେ ୧୫୭ଟି ନୂଆ ସରକାରୀ ନର୍ସିଂ କଲେଜ୍ ପ୍ରତିଷ୍ଠା କରିବା ଲାଗି କେନ୍ଦ୍ର ସରକାର ମଞ୍ଜୁରୀ ପ୍ରଦାନ କରିଛନ୍ତି। ଗତକାଲି ନୂଆଦିଲ୍ଲୀରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଅର୍ଥନୈତିକ ବ୍ୟାପାର କମିଟି ବୈଠକରେ ଏହି ନିଷ୍ପତ୍ତି ନିଆଯାଇଛି। ଏଥିପାଇଁ ୧ହଜାର ୫୭୦ କୋଟି ଟଙ୍କା ଖର୍ଚ୍ଚ କରାଯିବ। ବୈଠକ ପରେ ସ୍ୱାସ୍ଥ୍ୟ ମନ୍ତ୍ରୀ ଡକ୍ଟର ମନସୁଖ ମାଣ୍ଡବ୍ୟ କହିଛନ୍ତି, ପ୍ରତ୍ୟେକ ନର୍ସିଂ କଲେଜ୍ ପ୍ରତିଷ୍ଠା ପାଇଁ ୧୦ କୋଟି ଟଙ୍କା ପ୍ରଦାନ କରାଯିବ। ଆସନ୍ତା ୨ ବର୍ଷ ମଧ୍ୟରେ ଏହାର ନିର୍ମାଣ କାର୍ୟ୍ୟ ଶେଷ କରାଯିବ।
Powered by Froala Editor