ବିଜୁଳି, ଘଡ଼ଘଡ଼ି ସହ ବର୍ଷା: ୬ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ
ଭୁବନେଶ୍ୱର: ରାଜ୍ୟରେ କାଳବୈଶାଖୀ ବର୍ଷା ପ୍ରଭାବ ଜାରି ରହିଛି। ଆଜି ୬ ଜିଲ୍ଲାରେ ବିଜୁଳି, ଘଡ଼ଘଡ଼ି ସହ ବର୍ଷା ହେବାର ସମ୍ଭାବନା ଥିବାରୁ ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ଅରେଞ୍ଜ ୱାର୍ଣ୍ଣିଂ ଜାରି କରିଛି।
ପ୍ରବଳ ବର୍ଷା ସହ ୪୦ରୁ ୫୦ କିମି ବେଗରେ ପବନ ବହିବ । ନବରଙ୍ଗପୁର, କଳାହାଣ୍ଡି, କନ୍ଧମାଳ, ରାୟଗଡ଼ା, ଗଜପତି ଓ ଗଞ୍ଜାମ ଜିଲ୍ଲାର କିଛି ସ୍ଥାନରେ କୁଆପଥର ବର୍ଷା ମଧ୍ୟ ହୋଇପାରେ। ମାଲକାନଗିରି, କୋରାପୁଟ, ନୂଆପଡ଼ା, ବଲାଙ୍ଗିର, ସୋନପୁର, ସମ୍ବଲପୁର, ବୌଦ୍ଧ, ଅନୁଗୁଳ, ନୟାଗଡ଼, କଟକ, ଢେଙ୍କାନାଳ, କେନ୍ଦୁଝର ଓ ମୟୂରଭଞ୍ଜ ଆଦି ଜିଲ୍ଲାରେ ବିଜୁଳି, ଘଡ଼ଘଡ଼ି ସହ ବର୍ଷା ହେବାର ସମ୍ଭାବନା ରହିଛି। ଆସନ୍ତା ୨ ତାରିଖ ଯାଏ ରାଜ୍ୟରେ ଏହିଭଳି କାଳବୈଶାଖୀ ବର୍ଷା ଜାରି ରହିବା ସହ ତାପମାତ୍ରା ବି ବିଶେଷ ବଢ଼ିବାର ସମ୍ଭାବନା ନାହିଁ ବୋଲି ପାଣିପାଗ କେନ୍ଦ୍ର କହିଛି। ଭୁବନେଶ୍ବର ଓ ଆଖପାଖ ଅଞ୍ଚଳରେ ବିଜୁଳି, ଘଡ଼ଘଡ଼ି ସହ ବର୍ଷା ସମ୍ଭାବନା ରହିଛି।
Powered by Froala Editor