ଓଡ଼ିଶାରେ ସବୁ ସୀମାନ୍ତ ଜିଲ୍ଲାରେ ହାଇ ଆର୍ଲଟ, ଜାଣନ୍ତୁ କାହିଁକି
କଳାହାଣ୍ଡି: ରାଜ୍ୟର ଛାତି ଥରାଇଦେଇଛି ଛତିଶଗଡ଼ରେ ମାଓ ହମ୍ଲା । ଏହାପରେ ଓଡ଼ିଶାରେ ସବୁ ସୀମାନ୍ତ ଜିଲ୍ଲାରେ ହାଇ ଆର୍ଲଟ ଜାରି କରାଯାଇଛି । ମାଲକାନଗିରି, ନବରଙ୍ଗପୁର, ନୂଆପଡ଼ା ଜିଲ୍ଲାରେ ପୂର୍ବରୁ ହାଇ ଆଲର୍ଟ କରାଯାଇଥିବା ବେଳେ ଏବେ ବରଗଡ଼ ଓ କଳାହାଣ୍ଡିରେ ମଧ୍ୟ ହାଇ ଆଲର୍ଟ ଜାରି କରାଯାଇଛି । ସୂଚନା ଅନୁସାରେ, ରାଜ୍ୟକୁ ୯୦ ପ୍ରତିଶତ ମାଓବାଦୀ ଛତିଶଗଡରୁ ହିଁ ଆସିଥାନ୍ତି ।
ଏହି ଘଟଣା ପରେ ଏଡ଼ିଜେ ଅମିତାଭ ଠାକୁରଙ୍କ କହିବା ଅନୁଯାୟୀ, ଛତିଶଗଡରୁ କିଭଳି ମାଓବାଦୀ ମାନେ ରାଜ୍ୟକୁ ନ ଆସିବେ ସେ ନେଇ ସମସ୍ତ ସୀମାନ୍ତ ଜିଲ୍ଲାକୁ ସିଲ କରି ଦିଆଯାଇଛି । ସୀମାନ୍ତ ଜିଲ୍ଲାର ଏସପି ମାନଙ୍କ ସହ ଭିଡିଓ କନ୍ଫେରେନ୍ସି ଜରିଆରେ ସ୍ଥିତିର ଅନୁଧ୍ୟାନ କରାଯାଉଛି । ମାଓ କ୍ୟାମ୍ପରେ ମହିଳା ମାଓବାଦୀଙ୍କୁ ଯୌନ ଶୋଷଣ କରାଯାଉଛି । ଯେତେବେଳେ ମହିଳା ମାଓବାଦୀ ଆତ୍ମ ସମର୍ପଣ କରୁଛନ୍ତି ସେମାନେ ଏହିଭଳି କାହାଣୀ ପୋଲିସ ଆଗରେ କହୁଛନ୍ତି । ତେଣୁ ସମସ୍ତ ମାଓବାଦୀଙ୍କୁ ଅପିଲ ମୁଖ୍ୟ ସ୍ରୋତରେ ସାମିଲ ହୁଅନ୍ତୁ ।
Powered by Froala Editor