୪,୦୦୦ ତଳେ କୋଭିଡ୍-୧୯ ସଂକ୍ରମଣ ସଂଖ୍ୟା
ନୂଆଦିଲ୍ଲୀ: ଆଜି ଦେଶରେ କୋଭିଡ୍-୧୯ ସଂକ୍ରମଣ ସଂଖ୍ୟା ସାମାନ୍ୟ ହ୍ରାସ ପାଇଥିଲେ ବି ୪,୦୦୦ ତଳେ ରହିଛି। କିନ୍ତୁ, ସକ୍ରିୟ ଆକ୍ରାନ୍ତଙ୍କ ସଂଖ୍ୟା ଅଧିକ ହ୍ରାସ ପାଇ ୩୪,୦୦୦ ତଳକୁ ଚାଲି ଆସିଥିବା କଥା କେନ୍ଦ୍ର ସ୍ବାସ୍ଥ୍ୟ ମନ୍ତ୍ରାଳୟ ସୂଚନାରୁ ଜଣାପଡ଼ିଛି। କେନ୍ଦ୍ର ସ୍ୱାସ୍ଥ୍ୟ ମନ୍ତ୍ରାଳାୟ ତଥ୍ୟ ଅନୁସାରେ, ଶୁକ୍ରବାର ସକାଳ ୮ଟା ସୁଦ୍ଧା ସମଗ୍ର ଦେଶରେ ୨୪ ଘଣ୍ଟା ମଧ୍ୟରେ ୩,୯୬୨ କରୋନାଭାଇରସ୍ଜନିତ ନୂତନ ସଂକ୍ରମଣ ରେକର୍ଡ କରାଯାଇଛି। ୨୪ ଘଣ୍ଟାରେ ଚିହ୍ନଟ ହୋଇଥିବା ୩,୬୧୧ ନୂତନ ଆକ୍ରାନ୍ତଙ୍କୁ ମିଶାଇ ଦେଶରେ ସମୁଦାୟ ସଂକ୍ରମିତଙ୍କ ସଂଖ୍ୟା ୪,୪୯,୬୪,୨୮୯ରେ ପହଞ୍ଚିଛି।
ଗତ ୨୪ ଘଣ୍ଟାରେ ୩୬ଟି ମୃତ୍ୟୁ ରିପୋର୍ଟ କରାଯିବା ଫଳରେ ଦେଶରେ କୋଭିଡ୍-୧୯ଜନିତ ମୃତ୍ୟୁସଂଖ୍ୟା ୫,୩୧,୬୪୨କୁ ବୃଦ୍ଧି ପାଇଛି। ଗତ ୨୪ ଘଣ୍ଟାରେ କୋଭିଡ୍-୧୯ ସଂକ୍ରମଣରୁ ସୁସ୍ଥ ହୋଇଥିବା ଆକ୍ରାନ୍ତଙ୍କୁ ମିଶାଇ ସମ୍ପ୍ରତି ଦେଶରେ ସମୁଦାୟ ସୁସ୍ଥତା ସଂଖ୍ୟା ହେଉଛି ୪,୪୩,୯୯,୪୧୫। ସମ୍ପ୍ରତି ଦେଶରେ ସୁସ୍ଥତା ହାର ୯୮.୭୪% ରହିଛି।ଏହାଛଡ଼ା, ଦେଶରେ ସକ୍ରିୟ ଆକ୍ରାନ୍ତଙ୍କ ସଂଖ୍ୟା ୩୩,୨୩୨କୁ ହ୍ରାସ ପାଇଥିବା ରେକର୍ଡ କରାଯାଇଛି। ଏହା ହେଉଛି ଦେଶର ସମୁଦାୟ ସଂକ୍ରମଣର ୦.୦୭%। ସ୍ୱାସ୍ଥ୍ୟ ମନ୍ତ୍ରାଳୟ ତଥ୍ୟ ଅନୁସାରେ, ଗତକାଲି ସନ୍ଧ୍ୟା ୬ଟା ସୁଦ୍ଧା ସମୁଦାୟ ୨,୨୦,୬୬,୭୫,୩୬୫ ହିତାଧିକାରୀଙ୍କୁ ଟିକା ଦିଆଯାଇଛି। ‘ଆଇସିଏମ୍ଆର୍’ ରିପୋର୍ଟ ଅନୁସାରେ, କୋଭିଡ୍-୧୯ ନିଦାନ ଗତକାଲି ପରୀକ୍ଷା କରାଯାଇଛି ୧,୭୩,୨୬୩ଟି ନମୁନା।
Powered by Froala Editor