ଝାରସୁଗୁଡ଼ା ଉପନିର୍ବାଚନ: ଶାନ୍ତିଶୃଙ୍ଖଳାର ସହ ସକାଳ ୯ଟା ସୁଦ୍ଧା୯.୭୫% ମତଦାନ
ଭୁବନେଶ୍ୱର:ଝାରସୁଗୁଡ଼ା ଉପନିର୍ବାଚନରେ ଶାନ୍ତିଶୃଙ୍ଖଳାର ସହ ମତଦାନ ଚାଲିଛି ।ସକାଳ ୯ଟା ସୁଦ୍ଧା୯.୭୫% ମତଦାନ ହୋଇଥିବା ସୂଚନା ମିଳିଛି ।
ଝାରସୁଗୁଡ଼ା ବିଧାନସଭା ଉପନିର୍ବାଚନ ପାଇଁ ବୁଧବାର ସକାଳ ୭ଟାରୁ ଭୋଟ ଗ୍ରହଣ ଆରମ୍ଭ ହୋଇଛି। ଭୋଟରମାନଙ୍କୁ ଫୁଲ ଚନ୍ଦନ ଦେଇ ଟିକା ଲଗାଇ ମତଦାନ କେନ୍ଦ୍ରକୁ ସ୍ବାଗତ କରାଯାଉଛି। ଅନେକ ନୂଆ ଭୋଟର ଆସିଥିବାବେଳେ ସେମାନେ ମତଦାନ କରିବା ନେଇ ଖୁସି ଥିବା ପରିଲକ୍ଷିତ ହେଉଛି। ବିଭିନ୍ନ ବୁଥ୍ରେ ଧାଡିରେ ଭୋଟରମାନଙ୍କୁ ଛଡାଯାଉଛି। ୩ ପ୍ରମୁଖ ରାଜନୈତିକ ଦଳ ବିଜେଡି, ବିଜେପି ଓ କଂଗ୍ରେସ ସହ ମୋଟ ୯ ପ୍ରାର୍ଥୀ ନିର୍ବାଚନ ରଣାଙ୍ଗନରେ ଅବତୀର୍ଣ୍ଣ ହୋଇଥିବାବେଳେ ଏମାନଙ୍କ ଭାଗ୍ୟ ନିର୍ଦ୍ଧାରଣ କରିବେ ୨ ଲକ୍ଷ ୨୧ ହଜାର ୭୧୯ ଜଣ ଭୋଟର।
ବିଜେଡିରୁ ଦୀପାଳି ଦାସ, ବିଜେପିରୁ ଟଙ୍କଧର ତ୍ରିପାଠୀ ଓ କଂଗ୍ରେସରୁ ତରୁଣ ପାଣ୍ଡେଙ୍କ ମଧ୍ୟରେ ମୁଖ୍ୟତଃ ଲଢ଼େଇ ହେବ ବୋଲି ଭୋଟରମାନେ ପ୍ରକାଶ କରିଛନ୍ତି। ପ୍ରତ୍ୟେକ ବୁଥରେ ଶୃଙ୍ଖଳାର ସହିତ ଭୋଟରମାନେ ମତଦାନ କରିବାରେ ଲାଗିଛନ୍ତି। ବଭିନ୍ନ ବୁଥରେ ଦିବ୍ୟାଙ୍ଗଙ୍କ ପାଇଁ ସ୍ବତନ୍ତ୍ର ବ୍ୟବସ୍ଥା କରାଯାଇଥିବାବେଳେ ମହିଳାମାନଙ୍କ ପାଇଁ ପିଙ୍କ ବୁଥ ବ୍ୟବସ୍ଥା କରାଯାଇଛି।
Powered by Froala Editor