ଆଜି ଘୋଷଣା ହେବ ମାଟ୍ରିକ୍ ପରୀକ୍ଷା ଫଳ ତାରିଖ
କଟକ: ଆଜି ପୂର୍ବାହ୍ନ ସାଢ଼େ ୧୧ଟା ବେଳେ ମାଧ୍ୟମିକ ଶିକ୍ଷା ପରିଷଦ ଦ୍ବାରା ପରିଚାଳିତ ଦଶମ(ମାଟ୍ରିକ୍) ପରୀକ୍ଷା ଫଳ ତାରିଖ ଘୋଷଣା ହେବ। ଏନେଇ ସୂଚନା ଦେଇଛନ୍ତି ବୋର୍ଡର ଉପସଭାପତି ଡକ୍ଟର ନିହାର ରଞ୍ଜନ ମହାନ୍ତି। କଟକ ବୋର୍ଡ କାର୍ଯ୍ୟାଳୟରେ ଆଜି ଏକ ସାମ୍ବାଦିକ ସମ୍ମିଳନୀରେ ଏନେଇ ଘୋଷଣା କରାଯିବ। ଆସନ୍ତାକାଲି ମାଟ୍ରିକ ପରୀକ୍ଷା ଫଳ ପ୍ରକାଶ ପାଇବ ବୋଲି ଜଣାଯାଇଛି।
ସୂଚନାଯୋଗ୍ୟ, ମାଧ୍ୟମିକ ଶିକ୍ଷା ପରିଷଦ ଦ୍ବାରା ପରିଚାଳିତ ଦଶମ(ମାଟ୍ରିକ୍) ପରୀକ୍ଷା ଫଳ ମେ’ ତୃତୀୟ ସପ୍ତାହରେ ପ୍ରକାଶ ପାଇବ। ଖାତା ଦେଖା ଶେଷ ହେବା ପରେ ଏବେ ଅନ୍ୟାନ୍ୟ କାର୍ଯ୍ୟ ଜାରି ରହିଛି ବୋଲି ତତକାଳୀନ ବିଦ୍ୟାଳୟ ଓ ଗଣଶିକ୍ଷା ମନ୍ତ୍ରୀ ସମୀର ରଞ୍ଜନ ଦାଶ ସୂଚନା ଦେଇଥିଲେ।
ସୂଚନା ଯୋଗ୍ୟ, ମାଟ୍ରିକ୍, ମଧ୍ୟମା, ମୁକ୍ତବିଦ୍ୟାଳୟ ପାଇଁ ମୋଟ ୫ଲକ୍ଷ ୪୧ହଜାର ୨୪୭ ପରୀକ୍ଷାର୍ଥୀ ଫର୍ମପୂରଣ କରିଥିବା ବେଳେ ରାଜ୍ୟର ୩୨୧୮ଟି ପରୀକ୍ଷା କେନ୍ଦ୍ରରେ ପରୀକ୍ଷା ଅନୁଷ୍ଠିତ ହୋଇଥିଲା। ପ୍ରଶ୍ନପତ୍ର ରଖିବା ପାଇଁ ୩୧୬ଟି ନୋଡାଲ ସେଣ୍ଟର କରାଯାଇଥିଲା।
Powered by Froala Editor