୧୮ ରେ ପ୍ରକାଶ ପାଇବ ମାଟ୍ରିକ୍ ପରୀକ୍ଷା ଫଳ
କଟକ: ଆଜି ପୂର୍ବାହ୍ନ ସାଢ଼େ ୧୧ଟା ବେଳେ ମାଧ୍ୟମିକ ଶିକ୍ଷା ପରିଷଦ ଦ୍ବାରା ପରିଚାଳିତ ଦଶମ(ମାଟ୍ରିକ୍) ପରୀକ୍ଷା ଫଳ ତାରିଖ ଘୋଷଣା ହୋଇଛି। ଆସନ୍ତା ୧୮ ତାରିଖରେ ପ୍ରକାଶ ପାଇବ ମାଟ୍ରିକ୍ ପରୀକ୍ଷା ଫଳ। କଟକ ବୋର୍ଡ କାର୍ଯ୍ୟାଳୟରେ ଆଜି ଏକ ସାମ୍ବାଦିକ ସମ୍ମିଳନୀରେ ବୋର୍ଡ ସଭାପତି ରମାଶିଷ ହାଜରା ଏହି ସୂଚନା ଦେଇଛନ୍ତି। ଗୁରୁବାର ସକାଳ ୧୦ଟା ବେଳେ ବିଭାଗୀୟ ମନ୍ତ୍ରୀ ଓ ସଚିବଙ୍କ ଉପସ୍ଥିତିରେ ମାଟ୍ରିକ୍ ପରୀକ୍ଷା ଫଳ ପ୍ରକାଶ ପାଇବ।
ଏନେଇ ଅଧିକ ସୂଚନା ଦେଇ ବୋର୍ଡର ଉପସଭାପତି ଡକ୍ଟର ନିହାର ରଞ୍ଜନ ମହାନ୍ତି କହିଛନ୍ତି, ଦିନ ୧୨ଟା ସୁଦ୍ଧା ସମସ୍ତେ ମାଟ୍ରିକ୍ ପରୀକ୍ଷା ଫଳ ଜାଣିପାରିବେ। ପିଲାମାନେ ମୋବାଇଲରେ ଏସଏମଏସ କରି ମଧ୍ୟ ଜାଣିପାରିବେ। ୱେବସାଇଟରୁ ବି ଫଳ ଜାଣିପାରିବେ ଛାତ୍ରଛାତ୍ରୀ। www.bseodisha.ac.in ବୋର୍ଡ ୱେବସାଇଟରେ ଛାତ୍ରଛାତ୍ରୀ ରେଜଲ୍ଟ ଜାଣିପାରିବେ। ଏହାସହିତ ନିଜର ମୋବାଇଲରୁ OR10 ଏବଂ ନିଜର ରୋଲ ନମ୍ବରକୁ ଟାଇପ କରି 5676750କୁ ପଠାଇଲେ ପରୀକ୍ଷା ଫଳ ଜାଣିହେବ। ଏଥର ୫ ଲକ୍ଷ ୧୮ ହଜାର ପରୀକ୍ଷାର୍ଥୀ ପରୀକ୍ଷା ଦେଇଛନ୍ତି। ଏଥର ପରୀକ୍ଷାଫଳକୁ ତ୍ରୁଟିଶୂନ୍ୟ କରିବା ଲାଗି ପ୍ରୟାସ କରାଯାଇଛି।
Powered by Froala Editor