ଆଇପିଏସ ସ୍ତରରେ ଅଦଳବଦଳ

ରାଜ୍ୟ ସରକାର ବରିଷ୍ଠ ଆଇପିଏସସ୍ତରରେ ବଡ଼ଧରଣର ଅଦଳବଦଳ କରିଛନ୍ତି । ୧୯୯୦ ବ୍ୟାଚ୍ ଆଇପିଏସ୍ ସୁଧାଂଶୁ ଷଡ଼ଙ୍ଗୀଙ୍କୁ ଅଗ୍ନିଶମ ଓ ହୋମଗାର୍ଡ ଡିଜି ସହ ସିଭିଲ ଡିଫେନ୍ସ ନିର୍ଦ୍ଦେଶକ ଭାବେ ବଦଳି କରାଯାଇଥିବା ବେଳେ ଅବକାରୀ କମିଶନର ୨୦୦୪ ବ୍ୟାଚ୍ ଆଇପିଏସ୍ ଆଶୀଷ ସିଂଙ୍କୁ କେନ୍ଦ୍ରାଂଚଳ ଆଇଜି ସହ ରାଜ୍ୟ ଫୋରେନ୍ସିକ ସାଇନ୍ସ ଲ୍ୟାବ ଆଇଜି ଦାୟିତ୍ୱ ମିଳିଛି ।
୧୯୮୯ ବ୍ୟାଚ୍ ଆଇପିଏସ୍ ଅମ୍ରିତ ମୋହନ ପ୍ରସାଦଙ୍କୁ ମାନବାଧିକାର ସୁରକ୍ଷା ସେଲର ସ୍ୱତନ୍ତ୍ର ଡିଜି ଭାବେ ଅବସ୍ଥାପିତ କରାଯାଇଛି । ଆର.କେ. ଶର୍ମା ଅତିରିକ୍ତ ଡିଜିପି (ମୁଖ୍ୟାଳୟ), ହୋଇଥିବାବେଳେ ସଞ୍ଜୟ କୁମାର ଆଇନ ଶୃଙ୍ଖଳା ଓ ଯୋଗାଯୋଗର ଅତିରିକ୍ତ ଡିଜି ହୋଇଛନ୍ତି । ସେହିପରି ଅମିତାଭ ଠାକୁର ହୋଇଛନ୍ତି ପରିବହନ କମିଶନର । ସୁରେଶ ଦେବଦତ୍ତ ସିଂ ଅତିରିକ୍ତ ଡିଜି (ଅପରେସନ) ହୋଇଥିବାବେଳେ ଦୟାଲ ଗଙ୍ଗଓ୍ବାର ଅତିରିକ୍ତ ଡିଜି (ରେଳବାଇ ଓ ଉପକୂଳ ସୁରକ୍ଷା), ରାଜେଶ କୁମାର ଅତିରିକ୍ତ ଡିଜି (ଆଧୁନିକୀକରଣ), ନରସିଂହ ଭୋଳ (ଅବକାରୀ କମିଶନର) ହୋଇଛନ୍ତି । ସିଏସ ମୀନା ଦକ୍ଷିଣ ପଶ୍ଚିମାଞ୍ଚଳ ଡିଆଇଜି ଭାବେ ନିଯୁକ୍ତ ହୋଇଛନ୍ତି । ସେହିପରି ଅଖିଳେଶ୍ବର ସିଂ ହୋଇଛନ୍ତି ଡିଆଇଜି SIW ।
ରାଜନୀତିକ ଦୃଷ୍ଟିରୁ ଗୁରୁତ୍ୱପୂର୍ଣ୍ଣ ୫ଟି ଜିଲ୍ଲାରେ ନୂଆ ଏସପିଙ୍କୁ ନିଯୁକ୍ତି ଦିଆଯାଇଛି ।ମିତ୍ରଭାନୁ ମହାପାତ୍ର ରାଉରକେଲା ଏସପି ହୋଇଥିବାବେଳେ ବାତୁଲା ଗଙ୍ଗାଧର ମୟୂରଭଞ୍ଜ, ମୁକେଶ କୁମାର ଭାମୋ ସମ୍ବଲପୁର, କୁଶଲକର ନୀତୀନ ଦାଗୁଡୁ କେନ୍ଦୁଝର, ଖିଲାରି ରିଷିକେଶ ବଲାଙ୍ଗୀର ଏସପି ହୋଇଛନ୍ତି ।
Powered by Froala Editor