ଅଣ୍ଡା ଫୁଟି ବାହାରିଲେ ଘଡ଼ିଆଳ କୁମ୍ଭୀର

ଅନୁଗୁଳ : ସାତକୋଶିଆରୁ ଆସିଲା ଖୁସି ଖବର। କ୍ରମାଗତ ତୃତୀୟ ବର୍ଷ ପାଇଁ ଘଡ଼ିଆଳ ପ୍ରଜନନ ସଫଳ ହୋଇଛି। ଗୁରୁବାର ଅଣ୍ଡା ଫୁଟି ବାହାରିଲେ ଘଡ଼ିଆଳ କୁମ୍ଭୀର । ମା’ କୁମ୍ଭୀର ସହ ଛୁଆ ଗୁଡିକ ଖେଳୁଥିବାର ଫଟୋ ବନ ବିଭାଗର କ୍ୟାମେରାରେ କଏଦ ହୋଇଛି। ସାତକୋଶିଆ ଗଣ୍ଡର ବଳଦମରା ନିକଟରେ ୩୦ ରୁ ୩୫ ଘଡ଼ିଆଳ ଛୁଆ ବାହାରିଥିବା ସାତକୋଶିଆ ଡିଏଫଓ ସରୋଜ କୁମାର ପଣ୍ଡା ସୂଚନା ଦେଇଛନ୍ତି। ପ୍ରକାଶ ଯେ ବିଲୁପ୍ତପ୍ରାୟ ଘଡ଼ିଆଳ କୁମ୍ଭୀର ୨୦୨୧ ମସିହାରୁ ସଫଳତାର ସହ ଅଣ୍ଡା ଫୁଟେଇ ଆସୁଛି।
Powered by Froala Editor