ନବ ଦାସ ହତ୍ୟାକାଣ୍ଡ : କୋର୍ଟରେ ଚାର୍ଜସିଟ୍ ଦାଖଲ କଲା କ୍ରାଇମବ୍ରାଞ୍ଚ

ଭୁବନେଶ୍ୱର: ମନ୍ତ୍ରୀ ନବ ଦାସ ହତ୍ୟାକାଣ୍ଡ ମାମଲାରେ ଚାର୍ଜସିଟ୍ ଦାଖଲ କଲା କ୍ରାଇମବ୍ରାଞ୍ଚ । ଝାରସୁଗୁଡା ଜେଏମଏଫସି କୋର୍ଟରେ ଚାର୍ଜସିଟ୍ ଦାଖଲ କଲା କ୍ରାଇମବ୍ରାଞ୍ଚ । ତଦନ୍ତକାରୀ ଡିଏସପି ଅଧିକାରୀ କଲେ ଚାର୍ଜସିଟ୍ ଦାଖଲ । ମୋଟ୍ ମୋଟ୍ ୫୪୩ ପୃଷ୍ଠାର ଚାର୍ଜସିଟ୍ ଦାଖଲ କରାଯାଇଛି। ଚାର୍ଜସିଟ୍ରେ ଗୁରୁତ୍ୱପୂର୍ଣ୍ଣ ତଥ୍ୟ ଥିବା ନେଇ ସୂଚନା ମିଳିଛି। ୮୯ ଜଣ ସାକ୍ଷୀଙ୍କ ବୟାନ ଆଧାରରେ ଚାର୍ଜସିଟ୍ ଦାଖଲ କଲା କ୍ରାଇମବ୍ରାଞ୍ଚ। ଅଭିଯୁକ୍ତ ନାଁରେ ଆଇପିସି ଦଫା ୩୦୨,୩୦୭,ଆର୍ମସ ଆକ୍ଟ ୨୭(୦୧) ରୁଜୁ ହୋଇଛି। ଗତ ଜାନୁଆରୀ ୨୯ରେ ମନ୍ତ୍ରୀ ନବ ଦାସଙ୍କୁ ଗୁଳି କରି ହତ୍ୟା କରାଯାଇଥିଲା । ପୋଲିସ ଏଏସଆଇ ଗୋପାଳ ଦାସ ମନ୍ତ୍ରୀ ନବ ଦାସଙ୍କୁ ଗୁଳି କରି ହତ୍ୟା କରିଥିଲେ । ଏହି ହତ୍ୟାକାଣ୍ଡକୁ ନେଇ ରାଜ୍ୟ ରାଜନୀତି ବେଶ ସରଗରମ ହୋଇଥିଲା । ବିରୋଧୀ ଏହି ପ୍ରସଙ୍ଗରେ ସରକାରଙ୍କୁ ଘେରିଥିଲେ । ବିଧାନସଭାରୁ ସଡକ ସବୁଠୁ ସରକାରଙ୍କୁ ଟାର୍ଗେଟ କରିଥିଲେ ବିରୋଧୀ । ଘଟଣାର ଗୁରୁତ୍ୱକୁ ଦୃଷ୍ଟିରେ ରଖି ଏହାର ତଦନ୍ତଭାର କ୍ରାଇମବ୍ରାଞ୍ଚକୁ ଦେଇଥିଲେ ରାଜ୍ୟ ସରକାର । କିନ୍ତୁ କ୍ରାଇମବ୍ରାଞ୍ଚ ତଦନ୍ତକୁ ନେଇ ମଧ୍ୟ ପ୍ରଶ୍ନ ଉଠାଇଥିଲେ ବିରୋଧୀ ।
ଜାନୁଆରୀ ୨୯ ତାରିଖରେ ବ୍ରଜରାଜନଗର ଗାନ୍ଧିଛକ ନିକଟରେ ଏକ ଦଳୀୟ କାର୍ୟ୍ୟକ୍ରମରେ ଯୋଗ ଦେବାକୁ ଗଲାବେଳେ ନବଙ୍କ ଉପରକୁ ଗୁଳିଚାଳନା କରିଥିଲେ ପୋଲିସ ଏଏସ୍ଆଇ ଗୋପାଳ ଦାସ । ନବଦାସଙ୍କ ମୃତ୍ୟୁ ପରେ ଏହି ଘଟଣାର ତଦନ୍ତ ଦାୟିତ୍ୱ କ୍ରାଇମବ୍ରାଞ୍ଚକୁ ହସ୍ତାନ୍ତର କରିଥିଲେ ରାଜ୍ୟ ସରକାର । ଆସନ୍ତା ୨୯ ତାରିଖରେ ନବଦାସ ମୃତ୍ୟୁକୁ ୧୨୦ ଦିନ ପୁରିବ । ଏହାପୂର୍ବରୁ କୋର୍ଟରେ ଚାର୍ଜସିଟ ଦାଖଲ କଲା କ୍ରାଇମବ୍ରାଞ୍ଚ ।
Powered by Froala Editor