ଦେଶରେ କରୋନ ନେଲା ୩୬୬୦ ଜୀବନ
ନୂଆଦିଲ୍ଲୀ: ଦେଶରେ ଭୟଙ୍କର ହେଉଛି କରୋନା ସ୍ଥିତି । ବଢୁଛି କରୋନାର କାୟା । ସ୍ଥିତି ହେଉଛି ବେକାବୁ । ଦେଶରେ କରୋନା ମହାମାରୀର ମହାସମର ଆରମ୍ଭ ହୋଇଯାଇଛି । କରୋନା ଏବେ ଲମ୍ବ ଡିଆଁ ମାରି ଗୋଟିକ ପରେ ଗୋଟିଏ ରାଜ୍ୟରେ ପ୍ରବେଶ କରିଛି । ଦିନକୁ ଦିନ ଆକ୍ରାନ୍ତଙ୍କ ସଂଖ୍ୟା ବଢି ଚାଲିଛି । ଆକ୍ରାନ୍ତଙ୍କ ସହ ତାଳଦେଇ ମୃତୁ୍ୟ ସଂଖ୍ୟା ବି ବଢିଚାଲିଛି । ଗତ ୨୪ ଘଣ୍ଟା ମଧ୍ୟରେ ଦେଶରେ କରୋନାଭାଇରସ୍ଜନିତ ମହାମାରୀ ସଂକ୍ରମଣସଂଖ୍ୟା ୧.୮ ଲକ୍ଷ ଥିବା ବେଳେ ମୃତ୍ୟୁସଂଖ୍ୟା ୪ ହଜାର ତଳକୁ ରହିଛି। ଗତ ୪୪ ଦିନ ମଧ୍ୟରେ ଦେଶରେ ପ୍ରଥମ ଥର ଲାଗି ଏତେ କମ୍ ସଂଖ୍ୟକ ନୂଆ କୋଭିଡ୍-୧୯ ସଂକ୍ରମିତ ଚିହ୍ନଟ ହୋଇଛନ୍ତି।
କେନ୍ଦ୍ର ସ୍ବାସ୍ଥ୍ୟ ମନ୍ତ୍ରାଳୟ ତଥ୍ୟ ଅନୁସାରେ, ଶୁକ୍ରବାର ସକାଳ ୮ଟା ସୁଦ୍ଧା ସମଗ୍ର ଦେଶରେ ୨୪ ଘଣ୍ଟା ମଧ୍ୟରେ ୧,୮୬,୩୪୬ କରୋନାଭାଇରସ୍ଜନିତ ନୂତନ ସଂକ୍ରମଣ ଓ ୩,୬୬୦ ମୃତ୍ୟୁ ରେକର୍ଡ କରାଯାଇଛି। ଏହି ତଥ୍ୟକୁ ମିଶାଇ ଭାରତରେ ସମୁଦାୟ କୋଭିଡ୍ ସଂକ୍ରମଣ ମାମଲା ୨,୭୫,୫୫,୪୫୭ ଓ ମୃତ୍ୟୁସଂଖ୍ୟା ୩,୧୮,୮୯୫ରେ ପହଞ୍ଚିଛି। ସେହିଭଳି, ଗତ ୨୪ ଘଣ୍ଟା ମଧ୍ୟରେ ୨,୫୯,୪୫୯ ଆକ୍ରାନ୍ତ ସୁସ୍ଥ ହୋଇ ଫେରିବା ସହ ସମୁଦାୟ ସୁସ୍ଥତାସଂଖ୍ୟା ୨,୪୮,୯୩,୪୧୦ରେ ପହଞ୍ଚିଛି। ଏହା ବ୍ୟତିରେକେ, ଏବେ ଦେଶରେ ସମୁଦାୟ ସକ୍ରିୟ ଆକ୍ରାନ୍ତଙ୍କ ସଂଖ୍ୟା ହେଉଛି ୨୩,୪୩,୧୫୨।
Powered by Froala Editor