ରାଜ୍ୟରେ ସକ୍ରିୟ ରହିବ କାଳବୈଶାଖୀ, ୨୦ ଜିଲ୍ଲାକୁ ସତର୍କ ସୂଚନା ଜାରି

ଭୁବନେଶ୍ୱର: ଜୁନ୍ ପହିଲା ପର୍ୟ୍ୟନ୍ତ ରାଜ୍ୟରେ କାଳବୈଶାଖୀ ସକ୍ରିୟ ରହିବ । ପ୍ରଭାବରେ ରାଜ୍ୟରେ ବିଭିନ୍ନ ସ୍ଥାନରେ ଘଡ଼ଘଡ଼ି ସହ ପ୍ରବଳ ବର୍ଷାର ସମ୍ଭାବନା ରହିଛି । ଏହି ସମୟରେ ପବନର ବେଗ ୪୦ରୁ ୫୦ କିମି ରହିବ । ପାଣିପାଗ ବିଭାଗ ପକ୍ଷରୁ ଏନେଇ ୨୦ ଜିଲ୍ଲାକୁ ସତର୍କ ସୂଚନା ଜାରି କରାଯାଇଛି ।
କାଳବୈଶାଖୀ ପ୍ରଭାବରେ ଉପକୂଳ ଜିଲ୍ଲାର ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରପଡ଼ା, କଟକ, ଜଗସିଂହପୁର, କେନ୍ଦୁଝର, ମୟୂରଭଞ୍ଜ ଓ ଖୋର୍ଦ୍ଧାରେ ପ୍ରବଳ ବର୍ଷା ସହ ବିଜୁଳି, ଘଡ଼ଘଡ଼ିର ସମ୍ଭାବନା ରହିଛି । ପୁରୀ, ନୟାଗଡ଼, ଗଞ୍ଜାମ, ଗଜପତି, ସୁନ୍ଦରଗଡ଼, ଅନୁଗୁଳ, ଢେଙ୍କାନାଳ, କନ୍ଧମାଳ, ରାୟଗଡ଼ା ଓ କୋରାପୁଟରେ ମଧ୍ୟ ବର୍ଷାର ସମ୍ଭାବନା ରହିଛି ।
Powered by Froala Editor