କାଳବୈଶାଖୀ ବର୍ଷା: ୟେଲୋ ୱାର୍ଣ୍ଣିଂ ଜାରି

ଭୁବନେଶ୍ୱର: ରାଜ୍ୟରେ ତାତି ଆହୁରି ବଢ଼ିବ । ଆଭ୍ୟନ୍ତରୀଣ ଓଡ଼ିଶାରେ ୪୫ ଡିଗ୍ରୀ ଛୁଇଁପାରେ । ୧୦ ତାରିଖ ଯାଏ ତାତିରୁ ଆଶ୍ୱସ୍ତି ମିଳିବାର ସମ୍ଭାବନା କମ୍ । ଉପକୂଳରେ କିନ୍ତୁ ତାତି ସାମାନ୍ୟ କମିପାରେ । ପାଣିପାଗ ବିଶେଷଜ୍ଞ ଡ.ଶରତ ସାହୁ ଏହି ପୂର୍ବାନୁମାନ କରିଛନ୍ତି ।
ରାଜ୍ୟର ବିକ୍ଷିପ୍ତ ସ୍ଥାନରେ କାଳବୈଶାଖୀର ସମ୍ଭାବନା ରହିଛି । ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ରର ପୂର୍ବାନୁମାନ ଅନୁସାରେ, ଗୁରୁବାର ଗଜପତି, ଗଞ୍ଜାମ, କନ୍ଧମାଳ, ରାୟଗଡ଼ା, କୋରାପୁଟ, ଖୋର୍ଦ୍ଧା, କେନ୍ଦୁଝର, ନୟାଗଡ଼ ଓ ମୟୂରଭଞ୍ଜ ଜିଲ୍ଲାରେ ବର୍ଷା ସହ ୩୦ରୁ ୪୦ କିମି ବେଗରେ ପବନ ବହିପାରେ। ଏଥିପାଇଁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି । ୨ ତାରିଖରେ କେନ୍ଦୁଝର, ମୟୂରଭଞ୍ଜ, ଅନୁଗୁଳ, ଢେଙ୍କାନାଳ, ଯାଜପୁର, କଟକ, ନୟାଗଡ଼, ଗଜପତି ଓ ଗଞ୍ଜାମ ଜିଲ୍ଲାରେ କାଳବୈଶାଖୀ ବର୍ଷା ହୋଇପାରେ । ୩ ଓ ୪ ତାରିଖରେ ଉପକୂଳ ଓ ଦକ୍ଷିଣ ଓଡ଼ିଶାରେ ବର୍ଷା ସମ୍ଭାବନା ରହିଛି ।
Powered by Froala Editor