ଦୁର୍ଘଟଣା ସ୍ଥଳରେ ରେଳ ମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବ

ଭୁବନେଶ୍ୱର:ରେଳ ମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବ ରେଳ ଦୁର୍ଘଟଣା ସ୍ଥଳରେ ପହଞ୍ଚିଛନ୍ତି । ଦୁର୍ଘଟଣା ସ୍ଥଳରେ ପହଞ୍ଚି ସ୍ଥିତି ସମୀକ୍ଷା କରୁଛନ୍ତି ରେଳ ମନ୍ତ୍ରୀ ଶ୍ରୀ ବୈଷ୍ଣବ। ଉଦ୍ଧାର କାର୍ୟ୍ୟ ଉପରେ ପ୍ରଥମେ ଗୁରୁତ୍ବ ଦିଆଯାଉଛି ବୋଲି ରେଳ ମନ୍ତ୍ରୀ କହିଛନ୍ତି।
ଅନ୍ୟପକ୍ଷରେ ଟ୍ରେନ ଟ୍ରାଜେଡ଼ିରେ ମୃତାହତଙ୍କ ପାଇଁ ଆର୍ଥିକ ସହାୟତା ରାଶି ଘୋଷଣା କରାଯାଇଛି। ମୃତକଙ୍କ ପରିବାର ପିଛା ମିଳିବ ୧୦ ଲକ୍ଷ ଟଙ୍କାର ଅନୁକମ୍ପା ରାଶି, ଗୁରୁତର ଆହତଙ୍କ ପାଇଁ ୨ ଲକ୍ଷ ଏବଂ ସାମାନ୍ୟ ଆହତଙ୍କୁ ୫୦ ହଜାର ଟଙ୍କା ସହାୟତା ରାଶି ଘୋଷଣା କରାଯାଇଛି ।
ଭୟଙ୍କର ଟ୍ରେନ୍ ଦୁର୍ଘଟଣା ରେ ମୃତ୍ୟୁ ସଂଖ୍ୟା ୨୩୩କୁ ବୃଦ୍ଧି ପାଇଛି। ଏଥିସହ ୯୦୦ରୁ ଅଧିକ ଲୋକ ଆହତ ହୋଇଛନ୍ତି। ଏନେଇ ମୁଖ୍ୟ ଶାସନ ସଚିବ ପ୍ରଦୀପ ଜେନା ସୂଚନା ଦେଇଛନ୍ତି।
ଉଦ୍ଧାର କାର୍ୟ୍ୟକୁ ନେଇ ମୁଖ୍ୟ ଶାସନ ସଚିବ କହିଛନ୍ତି, ଆଉ ଗୋଟିଏ ବଗିରୁ ଉଦ୍ଧାର କାର୍ୟ୍ୟ ବାକି ରହିଛି। ନିର୍ଦ୍ଦିଷ୍ଟ ଏକ ବଗି ମାଟିରେ ଧସି ହୋଇ ରହିଛି। ସଂପୃକ୍ତ ବଗିରୁ ଉଦ୍ଧାର କାର୍ୟ୍ୟ ଆଉ କିଛି ସମୟ ଲାଗିବ।
Powered by Froala Editor