ଦୁର୍ଘଟଣାସ୍ଥଳରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ

ସୋର: ବାଲେଶ୍ୱର ଜିଲ୍ଲା ବାହାନଗା ଷ୍ଟେସନ ଟ୍ରେନ୍ ଅଘଟଣରେ ବର୍ତ୍ତମାନ ମୃତ୍ୟୁ ସଂଖ୍ୟା ୨୮୮କୁ ବୃଦ୍ଧି ପାଇଥିବା ବେଳେ ଦୁର୍ଘଟଣାରେ ଆହତ ୯୦୦ ଜଣଙ୍କୁ ମେଡିକାଲରେ ଭର୍ତ୍ତି କରାଯାଇଛି । ସଙ୍କଟାପନ୍ନ ଥିବା ଲୋକଙ୍କୁ କଟକ ସ୍ଥାନାନ୍ତର କରାଯାଇଛି । ବାହାନଗା ଦୁର୍ଘଟଣାସ୍ଥଳ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ପହଞ୍ଚିଛନ୍ତି । । ଏଥିସହ ଡାକ୍ତରଖାନାରେ ପହଞ୍ଚି ଆହତଙ୍କୁ ଭେଟିବା ସହ ସ୍ଥିତି ସମୀକ୍ଷା କରିବେ । ଘଟଣାସ୍ଥଳରେ ଏସପି ସାଗରିକା ନାଏକ ଓ ପ୍ରଶାସନିକ ଅଧିକାରୀ ଉପସ୍ଥିତ ରହିଛନ୍ତି ।
ଏବେ ବି ଅନେକ ଯାତ୍ରୀ ଟ୍ରେନ୍ ଡବା ତଳେ ଚାପି ହୋଇ ମୃତ୍ୟୁ ସହ ସଙ୍ଘର୍ଷ କରୁଛନ୍ତି । ଅନ୍ୟପଟେ ଘଟଣାସ୍ଥଳରେ ରେଳମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବ ପହଞ୍ଚି ସ୍ଥିତି ଅନୁଧ୍ୟାନ କରିଛନ୍ତି । ଏଥିସହ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ମଧ୍ୟ ପରିଦର୍ଶନ ଲାଗି ଆସିବେ । ବାଲେଶ୍ୱର ହସ୍ପିଟାଲରେ ସ୍ୱାସ୍ଥ୍ୟମନ୍ତ୍ରୀ ପହଞ୍ଚି ସ୍ଥିତି ସମୀକ୍ଷା କରିଛନ୍ତି । ବାହାନାଗାଠାରେ ଦିନ ୧୦ଟା ବେଳେ ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ ଦୁର୍ଘଟଣାସ୍ଥଳରେ ପହଞ୍ଚି ପରିଦର୍ଶନ କରିବେ । ଏଥିସହ ସାରା ରାଜ୍ୟ ଶୋକ ପାଳନ କରିବାକୁ ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ ଦେଇଛନ୍ତି ।
Powered by Froala Editor