ଆହତମାନଙ୍କୁ ଭେଟି ଆଶୁ ଆରୋଗ୍ୟ କାମନା କଲେ ଧର୍ମେନ୍ଦ୍ର

ବାଲେଶ୍ବର: ବାଲେଶ୍ବର ଜିଲ୍ଲା ମୁଖ୍ୟ ଚିକିତ୍ସାଳୟରେ କେନ୍ଦ୍ର ଶିକ୍ଷା ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ପହଞ୍ଚି ଆହତମାନଙ୍କୁ ଭେଟିଥିବା ଜଣାଯାଇଛି। ଏହି ସମୟରେ ସେ ସେମାନଙ୍କର ସ୍ବାସ୍ଥ୍ୟାବସ୍ଥା ପଚାରି ବୁଝିଥିଲେ ଏବଂ ଆଶୁ ଆରୋଗ୍ୟ କାମନା କରିଥିଲେ। ଶିକ୍ଷା ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ସହ କେନ୍ଦ୍ର ରେଳ ମନ୍ତ୍ରୀ ଅଶ୍ବିନୀ ବୈଷ୍ଣବ ଓ ବାଲେଶ୍ବର ସାଂସଦ ପ୍ରତାପ ଷଡ଼ଙ୍ଗୀ ବି ଉପସ୍ଥିତ ଥିଲେ। ସେ ଏଠାକାର ସ୍ଥିତି ଅନୁଧ୍ୟାନ କରିଥିଲେ। ଗୁରୁତର ଓ ଆହତମାନଙ୍କର ଚିକିତ୍ସା ବ୍ୟବସ୍ଥା ନେଇ ସେ ବିଭାଗୀୟ ଅଧିକାରୀମାନଙ୍କ ସହ ଆଲୋଚନା କରିଥିଲେ।
ଉଲ୍ଲେଖଯୋଗ୍ୟ, ରେଳ ମନ୍ତ୍ରୀଙ୍କ ପକ୍ଷରୁ ମୃତକଙ୍କ ପରିବାରକୁ ୧୦ ଲକ୍ଷ, ଗୁରୁତର ଆହତଙ୍କୁ ୨ ଲକ୍ଷ ଓ ସାମାନ୍ୟ ଆହତଙ୍କୁ ୫୦ ହଜାର ଟଙ୍କା ସହାୟତା ଘୋଷଣା କରାଯାଇଛି।
Powered by Froala Editor