ଟ୍ରେନ୍ ଦୁର୍ଘଟଣା: ମୃତକଙ୍କ ପରିବାରକୁ ୫ଲକ୍ଷ ସହାୟତା ଘୋଷଣା କଲେ ତାମିଲନାଡୁ ମୁଖ୍ୟମନ୍ତ୍ରୀ
ବାହାନଗାରେ କରମଣ୍ଡଳର ରେଳ ଦୁର୍ଘଟଣା ନେଇ ସମୀକ୍ଷା କରିଛନ୍ତି ତାମିଲନାଡୁ ମୁଖ୍ୟମନ୍ତ୍ରୀ ଏମ କେ ଷ୍ଟାଲିନ୍ । ମୁଖ୍ୟ ଶାସନ ସଚିବ ପ୍ରଦୀପ ଜେନାଙ୍କ ସହ ଆଲୋଚନା କରି ଘଟଣା ବିଷୟରେ ତଥ୍ୟ ନେଇଛନ୍ତି । ଦୁର୍ଘଟଣାରେ ପ୍ରାଣ ହରାଇଥିବା ଯାତ୍ରୀଙ୍କ ପରିବାରକୁ ୫ ଲକ୍ଷ ଓ ଆହତଙ୍କୁ ୧ ଲକ୍ଷ ଟଙ୍କାର ସହାୟତା ରାଶି ଘୋଷଣା କରିଛନ୍ତି ମୁଖ୍ୟମନ୍ତ୍ରୀ ଏମକେ ଷ୍ଟାଲିକ୍ । ମୃତକଙ୍କ ଆତ୍ମାର ସଦଗତି ପାଇଁ ପ୍ରାର୍ଥନା କରିଛନ୍ତି । ଟ୍ରେନ୍ ଦୁର୍ଘଟଣା ଯୋଗୁଁ ଆଜି ଆଜି ତାମିଲନାଡୁରେ ହେବାକୁ ଥିବା ପୂର୍ବତନ ମୁଖ୍ୟମନ୍ତ୍ରୀ ଏମ୍. କରୁଣାନିଧିଙ୍କ ଜନ୍ମଶତବାର୍ଷିକୀ ପାଳନ କାର୍ଯ୍ୟକ୍ରମକୁ ମଧ୍ୟ ବାତିଲ କରାଯାଇଛି । କେବଳ ମୁଖ୍ୟମନ୍ତ୍ରୀ ଷ୍ଟାଲିନ୍ କାଲାଇଗ୍ନାର ପ୍ରତିମୂର୍ତ୍ତି ଏବଂ ସ୍ମାରକୀରେ ଶ୍ରଦ୍ଧାଞ୍ଜଳି ଅର୍ପଣ କରିବେ। ଏହାକୁ ବାଦ ଦେଇ ବାକି ସବୁ କାର୍ଯ୍ୟକ୍ରମ ବାତିଲ କରାଯାଇଛି।
ସେପଟେ ଭୟଙ୍କର କରମଣ୍ଡଳର ରେଳ ଦୁର୍ଘଟଣା ନେଇ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ସହ ଆଲୋଚନା କରିଛନ୍ତି ଛତିଶଗଡ ମୁଖ୍ୟମନ୍ତ୍ରୀ ଭୂପେଶ ବାଘେଲ୍ । ଦୁର୍ଘଟଣାରେ ମୃତାହତ ଲୋକଙ୍କ ପାଇଁ ଗଭୀର ଦୁଃଖ ପ୍ରକାଶ କରିବା ସହିତ ଆହତ ଲୋକଙ୍କ ଉଦ୍ଧାର, ଚିକିତ୍ସା ଆଦି ଯେ କୌଣସି କାମ ପାଇଁ ସବୁ ପ୍ରକାର ସହାୟତା ଯୋଗାଇ ଦେବାକୁ ସେ ପ୍ରସ୍ତାବ ଦେଇଥିଲେ। ନବୀନ ପଟ୍ଟନାୟ ଛତିଶଗଡ ମୁଖ୍ୟମନ୍ତ୍ରୀଙ୍କ ଏହି ସଦିଚ୍ଛା ପାଇଁ ତାଙ୍କୁ ଧନ୍ୟବାଦ୍ ଜଣାଇଛନ୍ତି ।
Powered by Froala Editor