ବାହନଗା ଟ୍ରେନ୍ ଦୁର୍ଘଟଣା : ସିବିଆଇ ତଦନ୍ତ ପାଇଁ ସୁପାରିସ
ବାଲେଶ୍ୱର ଜିଲ୍ଲା ବାହନଗାରେ ଭୟଙ୍କର ଟ୍ରେନ୍ ଦୁର୍ଘଟଣା ପାଇଁ ରେଳମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବ ବଡ଼ ଘୋଷଣା କରିଛନ୍ତି । ଭୟଙ୍କର ଟ୍ରେନ୍ ଦୁର୍ଘଟଣା ନେଇ ସିବିଆଇ ତଦନ୍ତ ହେବ। ଦୁର୍ଘଟଣାର କାରଣ ଖୋଜିବା ପାଇଁ ରେଲୱେ ବୋର୍ଡ ପକ୍ଷରୁ ସିବିଆଇ ତଦନ୍ତ ପାଇଁ ସୁପାରିସ କରାଯାଇଛି । କେଉଁ ପରିସ୍ଥିତିରେ ଏହି ଘଟଣା ଘଟିଲା ଓ କେଉଁମାନେ ଦାୟୀ ତାହାର ପୁଙ୍ଖାନୁପୁଙ୍ଖ ତଦନ୍ତ ହେବ ବୋଲି କହିଛନ୍ତି କେନ୍ଦ୍ର ରେଳମନ୍ତ୍ରୀ।
ଶ୍ରୀ ବୈଷ୍ଣବ କହିଛନ୍ତି ଯେ, ବାହାନଗା ଟ୍ରେନ୍ ଦୁର୍ଘଟଣା ପରେ ବାଲେଶ୍ବର, ଭଦ୍ରକ, ସୋରର ସାଧାରଣ ଜନତାଙ୍କ ସମେତ ରେଳବାଇ ଓ ଜିଲ୍ଲାପ୍ରଶାସନ ମିଶି ଉଦ୍ଧାର କାର୍ଯ୍ୟ କରିଛନ୍ତି। ଏପର୍ଯ୍ୟନ୍ତ ମୁଖ୍ୟ ଲାଇନ୍ ସମେତ ୨ଟି ଲାଇନ୍ କାମ ଶେଷ ହୋଇଛି। ବିଦ୍ୟୁତ କାମ ଜାରି ରହିଛି।
ଏକ୍ସପ୍ରେସ୍ ଟ୍ରେନ୍ ଦୁର୍ଘଟଣାରେ ଆମେ ଯେଉଁମାନଙ୍କୁ ହରାଇଛେ, ସେମାନଙ୍କୁ ଆଉ ପାଇପାରିବା ନାହିଁ। ଘଟଣାର ତଦନ୍ତ ନିର୍ଦ୍ଦେଶ ଦିଆଯାଇଛି। ଏହି ଭୟଙ୍କର ଦୁର୍ଘଟଣା ପାଇଁ ଯେଉଁମାନେ ଦୋଷୀ ପ୍ରମାଣିତ ହେବେ, ସମୋନଙ୍କ ବିରୋଧରେ ଦୃଢ଼ କାର୍ଯ୍ୟାନୁଷ୍ଠାନ ନିଆଯିବ। ତେବେ ବାହାନଗା ଦେଇ ଟ୍ରେନ୍ ଚଳାଚଳ ପାଇଁ ବୁଧବାର ଯାଏ ଅପେକ୍ଷା କରିବାକୁ ପଡ଼ିପାରେ । ଦୁର୍ଘଟଣାସ୍ଥଳରେ ପୁନରୁଦ୍ଧାର କାମ ତଦାରଖ କରିବା ପରେ ସଂପୂର୍ଣ୍ଣ ଭାବେ ଟ୍ରେନ୍ ଚଳାଚଳ ପାଇଁ ଆହୁରି ୩ ଦିନ କାମ ଲାଗିପାରେ ।
Powered by Froala Editor