ଏହି କାରଣରୁ ଫଳ ଉପରେ ଲାଗିଥାଏ ଷ୍ଟିକର
ପାରମ୍ପରିକ ପଦ୍ଧତିର ବ୍ୟବହାର ହୋଇଛି। ହେଲେ ଏହା ଅର୍ଗାନିକ ନୁହେଁ। ଏହି ଫଳ ସ୍ବାସ୍ଥ୍ୟପ୍ରତି ବିଶେଷ ହାନିକାରକ ହୋଇ ନ ଥାଏ। ଏହା ଟିକେ ଶସ୍ତାରେ ବି ଉପଲବ୍ଧ ହୁଏ। ନମ୍ବର ୮ରୁ ଆରମ୍ଭ ହେଉଥିବା ପାଞ୍ଚ ଅଙ୍କର କୋଡ୍ କୌଣସି ଫଳ ଅବା ପନିପରିବା ଉପରେ ଥିଲେ ତାହା ଜିଏମ୍ଓ(ଜେନେଟିକାଲି ମୋଡିଫାଏଡ ଅର୍ଗାନିଜମ୍) ଦ୍ୱାରା ଚାଷ ହୋଇଛି। ହେଲେ ଫଳ କିଣିବାବେଳେ ଯଦି ଦେଖିବେ କି ପାଞ୍ଚ ଅଙ୍କର କୋଡ୍ ୯ ରୁ ଆରମ୍ଭ ହେଉଛି, ତେବେ ସେହି ଫଳକୁ ବିନା କୀଟନାଶକ ବ୍ୟବହାରରେ ଅର୍ଗାନିକ ଉପାୟରେ ଚାଷ କରାଯାଇଛି। ତା’ସହ ଏହାକୁ ଚାଷ କଲାବେଳେ ପୁରାତନ ପଦ୍ଧତିର ବ୍ୟବହାର ବି ହୋଇଛି। ତେଣୁ ଏହି ଫଳ ସ୍ବାସ୍ଥ୍ୟ ପାଇଁ ହିତକର।
ଫଳ ଶରୀର ପାଇଁ ବହୁ ଉପକାରୀ। ତେଣୁ ସମସ୍ତେ ନିଜ ଖାଦ୍ୟ ସାରଣୀରେ ଫଳକୁ ଯେମିତି ବି ହେଉ ସାମିଲ କରିବାକୁ ଚେଷ୍ଟା କରିଥାନ୍ତି। ହେଲେ ଫଳ କିଣିବାବେଳେ ଯଦି ଭଲ ଫଳ ବାଛି ନ ଆଣିବା ତେବେ ସ୍ବାସ୍ଥ୍ୟ ଖରାପ ହେବାର ବି ଆଶଙ୍କା ଥାଏ। ତେବେ ଜାଣି ଆଶ୍ଚର୍ଯ୍ୟ ହେବେ ଭଲ ଫଳ କିଣିବାରେ ଆମକୁ ଫଳ ଉପରର ଷ୍ଟିକର ସାହାଯ୍ୟ କରିପାରିବ। ହେଲେ ଅନେକେ ଏ ସମ୍ପର୍କରେ ନ ଜାଣିଥିବା ହେତୁ ଏହାକୁ ଅଣଦେଖା କରିଦଅନ୍ତି। ଜାଣି ରଖନ୍ତୁ ଏଇ ଷ୍ଟିକର୍ରେ ଥାଏ ଏକ କୋଡ୍, ଯାହାକି ଫଳ ସମ୍ପର୍କରେ ଦେଇଥାଏ ତଥ୍ୟ, ଯେମିତିକି ଏହାର ଗୁଣବତ୍ତା। ଷ୍ଟିକର ମାଧ୍ୟମରେ ଜାଣିହେବ କେଉଁ ଫଳକୁ ରାସାୟନିକ ସାର ବ୍ୟବହାର କରି ଉତ୍ପାଦନ କରାଯାଇଛି ଓ କାହାକୁ ପ୍ରାକୃତିକ ତଥା ଅର୍ଗାନିକ ଉପାୟରେ ଚାଷ କରାଯାଇଛି। ତେଣୁ କୋଡ୍ ଦ୍ୱାରା ଭଲ ଫଳ ବାଛିବା ସହଜ ହୋଇଯାଏ।
ଫଳ ଉପରର ଷ୍ଟିକର୍ରେ ଥିବା ଏହି କୋଡ୍କୁ ପିଏଲ୍ୟୁ (ପ୍ରାଇସ୍ ଲୁକ୍ ଅପ୍ ) କୋଡ୍ କୁହାଯାଏ। ଫଳ ଉପରେ ଲାଗିଥିବା ଚାରି ଅଙ୍କର ପିଏଲୟୁ କୋଡ୍, ଯାହାକି ୩ ବା ୪ରୁ ଆରମ୍ଭ ହୁଏ ତା’ର ଅର୍ଥ ହେଉଛି ଏହି ଫଳଚାଷରେ ପାରମ୍ପରିକ ପଦ୍ଧତିର ବ୍ୟବହାର ହୋଇଛି। ହେଲେ ଏହା ଅର୍ଗାନିକ ନୁହେଁ। ଏହି ଫଳ ସ୍ବାସ୍ଥ୍ୟପ୍ରତି ବିଶେଷ ହାନିକାରକ ହୋଇ ନ ଥାଏ। ଏହା ଟିକେ ଶସ୍ତାରେ ବି ଉପଲବ୍ଧ ହୁଏ। ନମ୍ବର ୮ରୁ ଆରମ୍ଭ ହେଉଥିବା ପାଞ୍ଚ ଅଙ୍କର କୋଡ୍ କୌଣସି ଫଳ ଅବା ପନିପରିବା ଉପରେ ଥିଲେ ତାହା ଜିଏମ୍ଓ(ଜେନେଟିକାଲି ମୋଡିଫାଏଡ ଅର୍ଗାନିଜମ୍) ଦ୍ୱାରା ଚାଷ ହୋଇଛି। ହେଲେ ଫଳ କିଣିବାବେଳେ ଯଦି ଦେଖିବେ କି ପାଞ୍ଚ ଅଙ୍କର କୋଡ୍ ୯ ରୁ ଆରମ୍ଭ ହେଉଛି, ତେବେ ସେହି ଫଳକୁ ବିନା କୀଟନାଶକ ବ୍ୟବହାରରେ ଅର୍ଗାନିକ ଉପାୟରେ ଚାଷ କରାଯାଇଛି। ତା’ସହ ଏହାକୁ ଚାଷ କଲାବେଳେ ପୁରାତନ ପଦ୍ଧତିର ବ୍ୟବହାର ବି ହୋଇଛି। ତେଣୁ ଏହି ଫଳ ସ୍ବାସ୍ଥ୍ୟ ପାଇଁ ହିତକର।
Powered by Froala Editor