ଆଇଏଏସ୍ ସ୍ତରରେ ଅଦଳବଦଳ କଲେ ରାଜ୍ୟ ସରକାର
ଭୁବନେଶ୍ବର : ଆଇଏଏସ୍ ସ୍ତରରେ ରାଜ୍ୟ ସରକାର ଛୋଟଧରଣର ଅଦଳବଦଳ କରିଛନ୍ତି। ଏନେଇ ସାଧାରଣ ପ୍ରଶାସନ ପକ୍ଷରୁ ବିଜ୍ଞପ୍ତି ପ୍ରକାଶ ପାଇଛି। ଉଚ୍ଚଶିକ୍ଷା ବିଭାଗର ପ୍ରମୁଖ ସଚିବ ପଦରୁ ବିଷ୍ଣୁ ସେଠୀଙ୍କ ବଦଳି କରାଯାଇଛି। ତାଙ୍କୁ ସାଧାରଣ ପ୍ରଶାସନ ବିଭାଗର ଓଏସ୍ଡି ଭାବେ ଦାୟିତ୍ବ ପ୍ରଦାନ କରାଯାଇଛି। ଏଥି ସହିତ ଅରବିନ୍ଦ ଅଗ୍ରୱାଲଙ୍କୁ ଉଚ୍ଚଶିକ୍ଷା ବିଭାଗର ସଚିବ ଭାବେ ଦାୟିତ୍ବ ଦିଆଯାଇଛି।
ସେହିପରି ଅରବିନ୍ଦ ଅଗ୍ରୱାଲଙ୍କୁ ମଧ୍ୟ ଗ୍ରାମ୍ୟ ଉନ୍ନୟନ ବିଭାଗର ନିର୍ଦେଶକ ଓ ମହିଳା ଓ ଶିଶୁ କଲ୍ୟାଣ ବିଭାଗର ନିର୍ଦେଶକ ଭାବେ ଅତିରିକ୍ତ ଦାୟିତ୍ବ ପ୍ରଦାନ କରାଯାଇଛି। ଅନ୍ୟପଟେ ଅର୍ଥ ବିଭାଗର ପ୍ରମୁଖ ସଚିବ ଥିବା ବିଶାଲ ଦେବଙ୍କୁ OHPC ଅଧ୍ୟକ୍ଷ ଭାବେ ଅତିରିକ୍ତ ଦାୟିତ୍ବ ପ୍ରଦାନ କରାଯାଇଛି।
Powered by Froala Editor