ରାଜ୍ୟରେ କରୋନାରେ ପୁଣି ୩୫ ମୃତ

ଭୁବନେଶ୍ୱର:ରାଜ୍ୟରେ ଭୟଙ୍କର ହେଉଛି କରୋନା ସ୍ଥିତି । ବଢୁଛି କରୋନାର କାୟା । ସ୍ଥିତି ହେଉଛି ବେକାବୁ । ଓଡ଼ିଶାରେ କରୋନା ମହାମାରୀର ମହାସମର ଆରମ୍ଭ ହୋଇଯାଇଛି । କରୋନା ଏବେ ଲମ୍ବ ଡିଆଁ ମାରି ଗୋଟିକ ପରେ ଗୋଟିଏ ଜିଲ୍ଲାରେ ପ୍ରବେଶ କରିବା ସହ ଆତଙ୍କ ଖେଳାଇ ଚାଲିଛି । ତେବେ ଗତ କିଛି ଦିନ ହେଲା ରାଜ୍ୟରେ କରୋନା ଆକାନ୍ତଙ୍କ ସଂଖ୍ୟା ହ୍ରାସ ପାଇଥିଲେ ହେଁ ମୃତୁ୍ୟ ସଂଖ୍ୟା କମିବାରେ ନା ନେଉନି । ଏହାରି ଭିତରେ ଗତ ୨୪ ଘଣ୍ଟା ମଧ୍ୟରେ ୩୫ ଜଣଙ୍କ ମୃତ୍ୟୁ ହୋଇଛି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ଜନିତ ମୃତ୍ୟୁ ସଂଖ୍ୟା ୨୬୮୬ କୁ ବୃଦ୍ଧି ପାଇଛି।
ମୃତକଙ୍କ ମଧ୍ୟରୁ ଅନୁଗୁଳ ୫ ଜଣ, କଳାହାଣ୍ଡି ଓ ରାୟଗଡାରୁ ୪ ଜଣ ଲେଖାଏଁ, ଝାରସୁଗୁଡା, ଖୋର୍ଦ୍ଧା, ନବରଙ୍ଗପୁର ଓ ସୁନ୍ଦରଗଡରୁ ୩ ଜଣ ଲେଖାଏଁ, ବୌଦ୍ଧ, ଜଗତସିଂପୁର, କୋରାପୁଟରୁ ୨ ଜଣ ଲେଖାଏଁ, କଟକ, ମାଲକାନଗିରି, ସମ୍ବଲପୁର ଓ ସୋନପୁରରୁ ଜଣେ ଲେଖାଏଁ ଆକ୍ରାନ୍ତ ମୃତ୍ୟୁ ଘଟିଛି।
ସୂଚନାଯୋଗ୍ୟ ଯେ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୭ ଲକ୍ଷ ୪୭ ହଜାର ୧୪୩ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏଥି ମଧ୍ୟରୁ ୯୭ ହଜାର ୨୭୧ ଜଣ ଆକ୍ଟିଭ୍ କେସ୍ ରହିଥିବା ବେଳେ ୬ ଲକ୍ଷ ୪୭ ହଜାର ୧୩୩ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ଏହାସହ କରୋନା ଯୋଗୁଁ ୨୬୮୬ ଜଣଙ୍କର ମୃତ୍ୟୁ ହୋଇଛି । ଏବେ ସୁଦ୍ଧା ରାଜ୍ୟରେ ୧୧୬୪୭୧୩୩ ସାମ୍ପୁଲ ଟେଷ୍ଟ୍ ହୋଇଛି।
Powered by Froala Editor