ଦେଶରେ ଧୀରେ ଧୀରେ କମୁଛି କରୋନା ସଂକ୍ରମଣ
ନୂଆଦିଲ୍ଲୀ: ଦେଶରେ ଧୀରେ ଧୀରେ କରୋନା ସଂକ୍ରମଣ କମୁଛି । ଆଜି ଦିନକରେ ୧ ଲକ୍ଷ ୭୩ ହଜାର କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ସେହିପରି ସୁସ୍ଥ ହାର ବି ବଢିବାରେ ଲାଗିଛି । ଗତ ୨୪ ଘଣ୍ଟାରେ ୨,୮୪,୬୦୧ ଜଣ ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି । ଦେଶରେ ମୋଟ ସୁସ୍ଥଙ୍କ ସଂଖ୍ୟା ୨,୫୧,୭୮,୦୧୧କୁ ବୃଦ୍ଧି ପାଇଛି । ସପ୍ତାହକରେ ସୁସ୍ଥ ହାର ୯.୮୪ ପ୍ରତିଶତ ଥିବାବେଳେ ମୋଟ ସୁସ୍ଥ ହାର ୯୦.୮୦ ପ୍ରତିଶତ ବୋଲି ଜଣାଯାଇଛି । ଆକ୍ଟିଭ କେସ କମି ୧,୧୪,୪୨୮ରେ ରହିଥିବା ସ୍ୱାସ୍ଥ୍ୟ ମନ୍ତ୍ରଣାଳୟ ପକ୍ଷରୁ କୁହାଯାଇଛି ।
କେନ୍ଦ୍ର ସ୍ବାସ୍ଥ୍ୟ ମନ୍ତ୍ରାଳୟ ତଥ୍ୟ ଅନୁସାରେ, ଶନିବାର ସକାଳ ୮ଟା ସୁଦ୍ଧା ସମଗ୍ର ଦେଶରେ ୨୪ ଘଣ୍ଟା ମଧ୍ୟରେ ୧,୭୩,୭୯୦ କରୋନାଭାଇରସ୍ଜନିତ ନୂତନ ସଂକ୍ରମଣ ଓ ୩,୬୧୭ ମୃତ୍ୟୁ ରେକର୍ଡ କରାଯାଇଛି। ଏହି ତଥ୍ୟକୁ ମିଶାଇ ଭାରତରେ ସମୁଦାୟ କୋଭିଡ୍ ସଂକ୍ରମଣ ମାମଲା ୨,୭୭,୨୯,୨୪୭ ଓ ମୃତ୍ୟୁସଂଖ୍ୟା ୩,୨୨,୫୧୨ରେ ପହଞ୍ଚିଛି। ସେହିଭଳି, ଗତ ୨୪ ଘଣ୍ଟା ମଧ୍ୟରେ ୨,୮୪,୬୦୧ ଆକ୍ରାନ୍ତ ସୁସ୍ଥ ହୋଇ ଫେରିବା ସହ ସମୁଦାୟ ସୁସ୍ଥତାସଂଖ୍ୟା ୨,୫୧,୭୮,୦୧୧ରେ ପହଞ୍ଚିଛି। ଏହା ବ୍ୟତିରେକେ, ଏବେ ଦେଶରେ ସମୁଦାୟ ସକ୍ରିୟ ଆକ୍ରାନ୍ତଙ୍କ ସଂଖ୍ୟା ହେଉଛି ୨୨,୨୮,୭୨୪।
Powered by Froala Editor