ଓଡିଶାବାସୀଙ୍କୁ ରଜ ଶୁଭେଚ୍ଛା ଜଣାଇଲେ ରାଷ୍ଟ୍ରପତି
ଭୁବନେଶ୍ବର : ରଜ ପାଇଁ ଉତ୍ସବ ମୁଖର ଗାଁଠୁ ସହର । ସବୁଆଡେ ରଜ ପାନ ଓ ପୋଡ଼ ପିଠାର ଆସର ଜମୁଛି । ନିଆରା ବାସ୍ନାରେ ମହକୁଛି ପୁରପଲ୍ଲୀ । ରଜ ଓଡ଼ିଶାର ଏକ ପାରମ୍ପରିକ କୃଷି ଭିତ୍ତିକ ପର୍ବ ହୋଇଥିବାରୁ ଏହାକୁ ଜାକଜମକରେ ପାଳନ କରୁଛନ୍ତି ରାଜ୍ୟବାସୀ ।
ଏହି ଅବସରରେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଓଡିଶାବାସୀଙ୍କୁ ଶୁଭେଚ୍ଛା ଜଣାଇଛନ୍ତି । ସେ ଟ୍ବିଟ୍ କରିଛନ୍ତି, “ଷିଭିତ୍ତିକ ପର୍ବ ରଜ ଉପଲକ୍ଷେ ପ୍ରିୟ ଦେଶବାସୀଙ୍କୁ ମୋର ଆନ୍ତରିକ ଶୁଭେଚ୍ଛା ଜଣାଉଛି । ଦୋଳି, ପିଠା ଓ ଖେଳକୁଦର ଆସର ସାଙ୍ଗକୁ ଓଡ଼ିଶାର ପୁରପଲ୍ଲୀରେ ତିନି ଦିନ ବ୍ୟାପି ପାଳିତ ହେଉଅଛି ଏହି ପର୍ବ । ରଜ ଅବସରରେ ମୁଁ ରାଜ୍ୟ ତଥା ଦେଶବାସୀଙ୍କର ସୁଖ, ସମୃଦ୍ଧି ଓ ଉତ୍ତମ ସ୍ୱାସ୍ଥ୍ୟ କାମନା କରୁଅଛି ।”
Powered by Froala Editor