ନେତାଜୀ ସୁଭାଷ ଚନ୍ଦ୍ର ବୋଷ ଏୟାରପୋର୍ଟରେ ନିଆଁ

ପଶ୍ଚିମବଙ୍ଗର ରାଜଧାନୀ କୋଲକାତାର ନେତାଜୀ ସୁଭାଷ ଚନ୍ଦ୍ର ବୋଷ ଅନ୍ତର୍ଜାତୀୟ ଏୟାରପୋର୍ଟରେ ଅଗ୍ନିକାଣ୍ଡ ଘଟିଛି। ଏୟାରପୋର୍ଟର ସିକ୍ୟୁରିଟି ଚେକ-ଇନ କାଉଣ୍ଟରରେ ନିଆଁ ଲାଗିଥିବା ଜଣାପଡ଼ିଛି । ଘଟଣାସ୍ଥଳରେ ୩ଟି ଦମକଳ କର୍ମୀମାନେ ପହଞ୍ଚି ନିଆଁ ଲିଭାଇଥିଲେ । କିଛି ସମୟ ପରେ ନିଆଁକୁ ଆୟତ୍ତ କରାଯାଇଥିବା ପ୍ରାଥମିକ ତଦନ୍ତରୁ ଜଣାପଡ଼ିଛି।
ନିଆଁ ଲାଗିବା ଯୋଗୁ ପୂରା ଏୟାରପୋର୍ଟରେ ଭୟର ବାତାବରଣ ସୃଷ୍ଟି ହୋଇଛି। ସେହିପରି ପ୍ରବଳ ଧୂଆଁ ଯୋଗୁ ସେକସନ ୩କୁ ବନ୍ଦ କରିଦିଆଯାଇଛି। ସେଠାରେ ଥିବା ଯାତ୍ରୀ ଓ ଦୋକାନୀମାନଙ୍କୁ ବାହାରକୁ ଅଣାଯାଇଛି। ବରିଷ୍ଠ ଅଧିକାରୀମାନେ ଘଟଣା ସ୍ଥଳରେ ପହଞ୍ଚି ସ୍ଥିତିର ଯାଞ୍ଚ କରୁଥିବା ବେଳେ ଅଗ୍ନିକାଣ୍ଡର କାରଣ ଜଣାପଡ଼ିନି।
ଅଗ୍ନିକାଣ୍ଡର କାରଣ ସମ୍ପର୍କରେ ଜଣାପଡ଼ିନାହିଁ । ତଦନ୍ତ ପରେ ଏହା ଜଣାପଡ଼ିବ ବୋଲି ଏୟାରପୋର୍ଟ ପକ୍ଷରୁ କୁହାଯାଇଛି । ତେବେ ଇଲେକ୍ଟ୍ରିକ ସର୍ଟ ସର୍କିଟ ଯୋଗୁଁ ଏହା ହୋଇଥାଇପାରେ ବୋଲି ଅନୁମାନ କରାଯାଉଛି ।
Powered by Froala Editor