ଗୁଳୁଗୁଳିରୁ ମିଳିବ ଆଶ୍ୱସ୍ତି, ଆଜିଠୁ କିଛି ସ୍ଥାନରେ ଭାରୀ ବର୍ଷା
ଭୁବନେଶ୍ୱର: ରାଜ୍ୟର ଅଧିକାଂଶ ସ୍ଥାନରେ ବୁଧବାରଠାରୁ ବର୍ଷା ହେବ । ପ୍ରଚଣ୍ଡ ତାତି ଓ ଗୁଳୁଗୁଳିରୁ ଆଶ୍ୱସ୍ତି ମିଳିବ । କିଛି ସ୍ଥାନରେ ଭାରୀ ବର୍ଷା ହୋଇପାରେ । କୋରାପୁଟ, ମାଲକାନଗିରି, ଗଜପତି, ଗଞ୍ଜାମ ଓ ମୟୂରଭଞ୍ଜ ଜିଲ୍ଲାରେ ପ୍ରବଳ ବର୍ଷା ସମ୍ଭାବନା ଅଛି । ଏ ସବୁ ଜିଲ୍ଲାରେ ୭ରୁ ୧୧ ସେମି ଯାଏ ବର୍ଷିବ ବୋଲି ପାଣିପାଗ ବିଭାଗ ଆକଳନ କରିଛି । ଦୁଇ ଦିନରେ ମୌସୁମୀ ଓଡ଼ିଶାରେ ପହଞ୍ଚିବାକୁ ପାଗ ଅନୁକୂଳ ଅଛି ବୋଲି କୁହାଯାଇଛି । ଆଜି ଦକ୍ଷିଣ ଓଡ଼ିଶାର ୪ ଜିଲ୍ଲାରେ ପ୍ରାକ୍ ମୌସୁମୀ ବର୍ଷା ହୋଇଛି । ନୂଆପଡ଼ା, ନବରଙ୍ଗପୁର, ମାଲକାନଗିରି ଓ କୋରାପୁଟ ଜିଲ୍ଲାରେ ପ୍ରାକ୍ ମୌସୁମୀ ବର୍ଷା ହୋଇଛି । ଆଜି ସନ୍ଧ୍ୟା ଭିତରେ ନବରଙ୍ଗପୁରରେ ୬.୨ ଓ କୋରାପୁଟରେ ୩.୮ମିମି ବର୍ଷା ହୋଇଛି । ଗତ ୨୪ ଘଣ୍ଟାରେ କୋରାପୁଟରେ ୧୧.୬ ଓ ରାଉରକେଲାରେ ୧୫.୮ ମିମି ବର୍ଷା ହୋଇଛି । ବୁଧବାର ଦକ୍ଷିଣ ଓ ଉପକୂଳ ଓଡ଼ିଶାର ବିସ୍ତୃତ ଅଞ୍ଚଳରେ ବର୍ଷା ପରିମାଣ ବଢ଼ିବ ବୋଲି ପାଣିପାଗ ବିଭାଗ ପକ୍ଷରୁ କୁହାଯାଇଛି ।
୨୨ରୁ ଉପକୂଳ ଓଡ଼ିଶାର ଅଧିକାଂଶ ସ୍ଥାନରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ହେବ । ଉତ୍ତର ଉପକୂଳ ସମେତ ପାଶ୍ୱର୍ବର୍ତ୍ତୀ ଜିଲ୍ଲାରେ ପ୍ରବଳ ବର୍ଷା ହୋଇପାରେ । ୨୩ ଓ ୨୪ରେ ଅତି ପ୍ରବଳ ବର୍ଷା ହେବ ବୋଲି ପାଣିପାଗ ବିଭାଗ କହିଛି । ୭ରୁ ୨୦ ସେମି ଯାଏ ବର୍ଷା ହୋଇପାରେ ବୋଲି ପୂର୍ବାନୁମାନ ଦିଆଯାଇଛି ।
Powered by Froala Editor