ଆଜି ପୁଣି ଟଣା ହେଉଛି ନନ୍ଦିଘୋଷ ଓ ଦେବଦଳନ ରଥ
ପୁରୀ: ଶ୍ରୀକ୍ଷେତ୍ରରେ ଆଜି ପୁଣି ହେଉଛି ରଥ ଟଣା। ଅଧା ବାଟରେ ଅଟକି ରହିଥିବା କାଳିଆର ନନ୍ଦିଘୋଷ ଓ ଦେବୀ ସୁଭଦ୍ରାଙ୍କ ଦେବଦଳନ ରଥଟଣା ହେଉଛି। ଦୁଇ ରଥକୁ ଗୁଣ୍ଡିଚା ମନ୍ଦିର ଅଭିମୁଖେ ଟାଣି ନେଉଛନ୍ତି ଶ୍ରଦ୍ଧାଳୁ। ଗତକାଲି କେବଳ ବଳଭଦ୍ରଙ୍କର ତାଳଧ୍ୱଜ ରଥ ଶରଧାବାଲିରେ ଲାଗିଥିଲା। ଦେବୀ ସୁଭଦ୍ରାଙ୍କ ଦେବଦଳନ ରଥ ବଡ଼ଶଙ୍ଖ ଠାରେ ଅଟକି ଥିବା ବେଳେ ଆଜି ପୁଣି ଥରେ ଆରମ୍ଭ ହୋଇଛି ରଥଟଣା।
ସେହିପରି ମହାପ୍ରଭୁ ଜଗନ୍ନାଥଙ୍କ ନନ୍ଦିଘୋଷ ରଥ ମାଉସୀ ମାଆ ଛକରେ ଅଟକି ରହିଥିଲା। ଆଜି ତିନି ରଥ ଶରଧାବାଲିରେ ଲାଗିବା ପରେ ଭକ୍ତମାନେ ରଥଉପରେ ହିଁ ଚତୁର୍ଦ୍ଧାମୂର୍ତ୍ତିଙ୍କୁ ଦର୍ଶନ କରିବାର ସୁଯୋଗ ପାଇବେ। ଆସନ୍ତାକାଲି ଆଡ଼ପ ମଣ୍ଡପ ବିଜେ କରିବେ ଚତୁର୍ଦ୍ଧାମୂର୍ତ୍ତି। ଶୁକ୍ରାବର ଦିନ ଗୁଣ୍ଡିଚା ମନ୍ଦିରରେ ଭକ୍ତମାନେ ଆଡ଼ପ ଅବଢ଼ା ପାଇପାରିବେ।
Powered by Froala Editor