ରାଜ୍ୟସ୍ତରୀୟ ଆହାର କମିଟିକୁ ୨୦ କୋଟି ଟଙ୍କା ମଞ୍ଜୁର
ଭୁବନେଶ୍ୱର: ରାଜ୍ୟର ବିଭିନ୍ନ ସ୍ଥାନରେ ଆହାର କେନ୍ଦ୍ର ପରିଚାଳନା ପାଇଁ ଗଠିତ ରାଜ୍ୟସ୍ତରୀୟ ଆହାର କମିଟିକୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ମୁଖ୍ୟମନ୍ତ୍ରୀଙ୍କ ରିଲିଫ ପାଣ୍ଠିରୁ ୨୦ କୋଟି ଟଙ୍କା ମଞ୍ଜୁର କରିଛନ୍ତି।
ସୂଚନାଯୋଗ୍ୟ, ୨୦୧୫-୧୬ରୁ ୨୦୨୧-୨୨ ପର୍ୟ୍ୟନ୍ତ ମୁଖ୍ୟମନ୍ତ୍ରୀଙ୍କ ରିଲିଫ ପାଣ୍ଠିରୁ ଆହାର କାର୍ୟ୍ୟକ୍ରମ ପାଇଁ ୨୨୮.୭୬ କୋଟି ଟଙ୍କା ମଞ୍ଜୁର କରାଯାଇଛି। ସହରରେ ହସ୍ପିଟାଲ, ବସଷ୍ଟାଣ୍ଡ ଏବଂ ଅନ୍ୟାନ୍ୟ ଗହଳି ସ୍ଥାନରେ ଜରୁରୀ କାର୍ୟ୍ୟ ପାଇଁ ଯାଇଥିବା ଗରିବ ଲୋକମାନେ ଏହାଦ୍ବାରା ମାତ୍ର ୫ ଟଙ୍କାରେ ସୁଷମ ଓ ସ୍ବାସ୍ଥ୍ୟପ୍ରଦ ଆହାର ପାଇପାରୁଛନ୍ତି।
Powered by Froala Editor