ପ୍ରବଳ ଢାଳିବ:୪ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ ଜାରି
ଭୁବନେଶ୍ୱର: ଉତ୍ତର ପଶ୍ଚିମ ବଙ୍ଗୋପସାଗରରେ ସୃଷ୍ଟି ଘୂର୍ଣ୍ଣିଳୟ ରବିବାର ଲଘୁଚାପ ରୂପ ନେଇଛି । ଏହାର ପ୍ରଭାବରେ ରାଜ୍ୟରେ ପ୍ରବଳ ବର୍ଷା ହୋଇଛି । କିଛି ସ୍ଥାନରେ ଅତି ପ୍ରବଳ ବର୍ଷା ହୋଇଛି । ଅନୁଗୁଳ ଜିଲ୍ଲାରେ ରେକର୍ଡ ପରିମାଣର ବର୍ଷା ହୋଇଛି । ଆଗକୁ ଆହୁରି ଦୁଇ ଦିନ ପ୍ରବଳ ବର୍ଷା ଢାଳିବ ବୋଲି ପାଣିପାଗ ବିଭାଗ ପୂର୍ବାନୁମାନ କରିଛି ।
ସୋମବାର ୯ ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ପାଇଁ ସତର୍କତା ଜାରି କରାଯାଇଛି । ବରଗଡ଼, ବଲାଙ୍ଗୀର, ନୂଆପଡ଼ା ଓ କଳାହାଣ୍ଡିରେ ୭୦ରୁ ୨୦୦ ମିମି ଯାଏ ବର୍ଷା ହୋଇପାରେ । ଏଥିପାଇଁ ଏହି ୪ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ ଦିଆଯାଇଛି । ଝାରସୁଗୁଡ଼ା, ସମ୍ବଲପୁର, ସୋନପୁର, ବୌଦ୍ଧ ଓ ନବରଙ୍ଗପୁରର ଗୋଟିଏ ଦୁଇଟି ସ୍ଥାନରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହୋଇପାରେ । ସେହିଭଳି ସୁନ୍ଦରଗଡ଼, କେନ୍ଦୁଝର, ଦେବଗଡ଼, ଅନୁଗୁଳ, ଢେଙ୍କାନାଳ, କଟକ, ରାୟଗଡ଼ା, ମାଲକାନଗିରି, କୋରାପୁଟ, କନ୍ଧମାଳ ଓ ମୟୂରଭଞ୍ଜ ଜିଲ୍ଲା ପାଇଁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି ।
୨୭ ତାରିଖରେ ମଧ୍ୟ କିଛି ଜିଲ୍ଲାରେ ବର୍ଷା ହୋଇପାରେ । ଏଥିପାଇଁ ପଶ୍ଚିମ ଓଡ଼ିଶା ସମେତ ଉତ୍ତର ଓଡ଼ିଶାର ବିଭିନ୍ନ ଜିଲ୍ଲା ପାଇଁ ସତର୍କତା ଜାରି କରାଯାଇଛି ।
Powered by Froala Editor