ପ୍ରବଳ ବର୍ଷା: ୧୧ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି

ଭୁବନେଶ୍ୱର: ରାଜ୍ୟରେ ସକ୍ରିୟ ମୌସୁମୀ ସହ ସକ୍ରିୟ ଲଘୁଚାପ ଓ ନିମ୍ନ ଚାପରେଖା ପ୍ରଭାବରେ ରାଜ୍ୟରେ ବିଭିନ୍ନ ସ୍ଥାନରେ ବର୍ଷା ଜାରି ରହିଛି। ଭୁବନେଶ୍ୱର ପାଣିପାଗ କେନ୍ଦ୍ରର ସୂଚନା ଅନୁଯାୟୀ ଲଘୁଚାପ ପ୍ରଭାବରୁ ଆଜି ଓ ଆସନ୍ତାକାଲି ରାଜ୍ୟର ବିଭିନ୍ନ ଅଞ୍ଚଳରେ ବର୍ଷା ହେବ। କେତେକ ସ୍ଥାନରେ ପ୍ରବଳ ବର୍ଷା ସମ୍ଭାବନା ଥିବାବେଳେ ରାଜ୍ୟର ୧୧ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି।
ପାଣିପାଗ କେନ୍ଦ୍ରର ବୁଲେଟିନ୍ ଅନୁଯାୟୀ ୨୭ ତାରିଖରେ ନୂଆପଡ଼ା, ବଲାଙ୍ଗୀର, ବରଗଡ଼, ସୋନପୁର, ସମ୍ବଲପୁର, ଝାରସୁଗୁଡା, ସୁନ୍ଦରଗଡ଼, କେନ୍ଦୁଝର, ଦେବଗଡ଼, ମୟୂରଭଞ୍ଜ ଓ ବାଲେଶ୍ୱରରେ ଗୋଟିଏରୁ ଦୁଇଟି ସ୍ଥାନରେ ପ୍ରବଳ ବର୍ଷା ହୋଇପାରେ। ସେହିପରି ୨୮ ତାରିଖରେ ସୁନ୍ଦରଗଡ଼, କେନ୍ଦୁଝର ଓ ମୟୂରଭଞ୍ଜରେ ମଧ୍ୟ ପ୍ରବଳ ବର୍ଷା ସମ୍ଭାବନା ରହିଛି। ସେଥିପାଇଁ ଉପରୋକ୍ତ ଜିଲ୍ଲାଗୁଡ଼ିକୁ ପାଣିପାଗ ବିଭାଗ ପକ୍ଷରୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି।
Powered by Froala Editor