ରୋଗ ଭଲ କରିବା ନାଁରେ ଗଣବଳାତ୍କାର କଲେ ଡାକ୍ତର
ରୋଗ ଭଲ କରିବା ବଦଳରେ ବଳାତ୍କାର କଲେ ଡାକ୍ତର । କେବଳ ସେ ନୁହେଁ ତାଙ୍କ ସାଥୀ ଡାକ୍ତର ବି ଏ ଘୃଣ୍ୟ କାମରେ ସାମିଲ ହୋଇଗଲେ । ଏନେଇ ମହିଳାଜଣକ ଅଭିଯୋଗ କରିବା ପରେ ପୁଲିସ୍ ଅଭିଯୁକ୍ତ ଡାକ୍ତରଙ୍କୁ ବାନ୍ଧିଥିବା ବେଳେ ତାଙ୍କ ସାଥୀ ଫେରାର ଅଛନ୍ତି। ଏପରି ଘଟଣା ଉତ୍ତରପ୍ରଦେଶର ଗାଜିଆବାଦରେ ଘଟିଛି।
ଦିଲ୍ଲୀର ଜଣେ ମହିଳା ଦୀର୍ଘ ଦିନ ହେଲା କୌଣସି ଏକ ଦୂରାରୋଗରେ ପୀଡିତ ଥିଲେ । ବିଭିନ୍ନ ଆଡ଼େ ଚିକିତ୍ସା ପରେ ବି ସେ ସୁଫଳ ପାଇ ପାରୁ ନ ଥିଲେ। ଏହା ମଧ୍ୟରେ ସେ ଗାଜିଆବାଦରେ ଥିବା ଡାକ୍ତର ସାକିବଙ୍କ ସମ୍ପର୍କରେ ସୂଚନା ପାଇ ତାଙ୍କୁ ଯୋଗାଯୋଗ କଲେ। ଗତ ୭ ତାରିଖରେ ପ୍ରଥମ ଥର ସେ ତାଙ୍କ କ୍ଲିନିକ୍କୁ ଯାଇଥିଲେ। ଡାକ୍ତର ସାକିବ ମହିଳାଙ୍କୁ କିଛି ମେଡିସିନ ଦେଇଥିଲେ। ମାତ୍ର ଏଥିରେ ତାଙ୍କ ରୋଗ ଭଲ ନ ହେବାରୁ ଗତ ୧୯ ତାରିଖରେ ସେ ପୁଣି ଥରେ ଉକ୍ତ କ୍ଲିନିକ୍କୁ ଯାଇଥିଲେ।
ସେତେବେଳେଡାକ୍ତର ତାଙ୍କୁ ନିଶା ଇଞ୍ଜେକସନ୍ ଦେଇଥିଲେ। ଏହାପରେ ଡାକ୍ତର ସାକିବ ଓ ତାଙ୍କ ସାଥୀ ମହିଳାଙ୍କୁ ଗଣବଳାତ୍କାର କରିଥିଲେ। ଚେତା ଫେରିବା ପରେ ମହିଳାଜଣକ ବଳାତ୍କାରର ଶିକାର ହୋଇଥିବା ଜାଣିବାକୁ ପାଇଲେ। ଏନେଇ ବାହାରେ ପ୍ରକାଶ କଲେ ଭିଡିଓ ଭାଇରାଲ କରିଦେବାର ଧମକ ଦେଲେ ଡାକ୍ତର । କିନ୍ତୁ ସାହସ ଜୁଟାଇ ମହିଳାଜଣକ ପରେ ଏନେଇ ଥାନାରେ ଅଭିଯୋଗ କଲେ। ଏପରିକି ପୂର୍ବରୁ ବି ବହୁ ଯୁବତୀଙ୍କର ବଳାତ୍କାର କରି ସାରିଥିବା ସେ ମହିଳାଙ୍କ ସମ୍ମୁଖରେ କହିଥିଲେ।
Powered by Froala Editor