ଶୌଚ ହେବାକୁ ଯାଇଥିଲେ, ବୃଦ୍ଧଙ୍କୁ ଟାଣିନେଲା କୁମ୍ଭୀର
କେନ୍ଦ୍ରାପଡ଼ା : ବ୍ରାହ୍ମଣୀ ନଦୀକୁ ଶୌଚ ହେବାକୁ ଯାଇଥିବା ବେଳେ ବୃଦ୍ଧଙ୍କୁ ଟାଣିନେଲା କୁମ୍ଭୀର। କେନ୍ଦ୍ରାପଡ଼ା ଜିଲ୍ଲା ସଦର ବ୍ଲକ ଅନ୍ତର୍ଗତ ଘାଗରା ପଞ୍ଚାୟତର ଘାଗରାଡିହା ଗ୍ରାମରେ ଏଭଳି ଅଭାବନୀୟ ଘଟଣା ଘଟିଛି। ବୃଦ୍ଧ ଜଣଙ୍କ ହେଉଛନ୍ତି ଗଙ୍ଗାଧର ତରାଇ।
ସୂଚନାନୁଯାୟୀ, ଗଙ୍ଗାଧର ତରାଇ ଗୁରୁବାର ସକାଳେ ବ୍ରାହ୍ମଣୀ ନଦୀକୁ ଶୌଚ ହେବାକୁ ଯାଇଥିଲେ। ଏତିକି ବେଳେ ଏକ କୁମ୍ଭୀର ତାଙ୍କୁ ନଦୀ ଭିତରକୁ ଟାଣି ନେଇଥିଲା। ଖବର ପାଇ ପରିବାର ସଦସ୍ୟ ଓ ସ୍ଥାନୀୟ ଲୋକ ବହୁ ଖୋଜାଖୋଜି କରିଥିଲେ। ହେଲେ ତାଙ୍କର ପତ୍ତା ମିଳିନଥିଲା। ଅଗ୍ନିଶମ ବାହିନୀ ଓ ଓଡ୍ରାଫ ଟିମ୍ ପହଞ୍ଚି ଗଙ୍ଗାଧରଙ୍କୁ ଉଦ୍ଧାର କରିବା ପାଇଁ ଚେଷ୍ଟା ଚଳାଇଛନ୍ତି।
Powered by Froala Editor