ରାଜ୍ୟରେ ଆଉ ୩୩ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ
ଭୁବନେଶ୍ୱର : ରାଜ୍ୟରେ ଆଉ ୩୩ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ ଘଟିଛି। ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଏହି ସୂଚନା ଦିଆଯାଇଛି। ଏହା ସହିତ ରାଜ୍ୟରେ କରୋନା ଜନିତ ମୃତ୍ୟୁ ସଂଖ୍ୟା ୨୭୧୯କୁ ବୃଦ୍ଧି ପାଇଛି।
ଏହି ୩୩ ମୃତକଙ୍କ ମଧ୍ୟରେ ୧୦ ଜଣ ମହିଳା ଅଛନ୍ତି। ଅନୁଗୋଳ ଜିଲ୍ଲାରେ ଜଣେ ୧୮ ବର୍ଷୀୟା ଯୁବତୀଙ୍କର କରୋନାରେ ମୃତ୍ୟୁ ଘଟିଛି। ସେହିପରି ୩୩ ମୃତକଙ୍କ ମଧ୍ୟରୁ ୧୧ ଜଣଙ୍କର ଉଚ୍ଚ ରକ୍ତଚାପ, ଡାବେଟିସ୍ ଓ କିଡ୍ନୀ ସମସ୍ୟା ଭଳି ଅନ୍ୟାନ୍ୟ ରୋଗ ମଧ୍ୟ ରହିଥିଲା।
Powered by Froala Editor