୨୦୯ ନବ ନିଯୁକ୍ତ ପ୍ରାଣୀ ଚିକିତ୍ସକଙ୍କୁ ନିଯୁକ୍ତି ପତ୍ର ପ୍ରଦାନ କରିବେ ମୁଖ୍ୟମନ୍ତ୍ରୀ
ଭୁବନେଶ୍ବର: ଯୁବଶକ୍ତି ପାଇଁ ନୂଆ ସୁଯୋଗ । ରାଜ୍ୟରେ ଚାଲିଛି ନିଯୁକ୍ତି ପର୍ବ । ୨୦୯ ନବ ନିଯୁକ୍ତ ପ୍ରାଣୀ ଚିକିତ୍ସକଙ୍କୁ ନିଯୁକ୍ତି ପତ୍ର ପ୍ରଦାନ କରିବେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ସେହିପରି ଅଲିଭ ରିଡଲେ କଇଁଛଙ୍କ ସୁରକ୍ଷା ପାଇଁ ମାଛଧରା ନିଷେଧ ଦ୍ବାରା ୧୪ହଜାର ୨୨୮ ପ୍ରଭାବିତ ସାମୁଦ୍ରିକ ମତ୍ସ୍ୟଜୀବୀ ପରିବାରଙ୍କୁ ସହାୟତା ପ୍ରଦାନ କରାଯିବ । ୨୧ କୋଟି ୩୪ ଲକ୍ଷ ଟଙ୍କାର ସହାୟତା ପ୍ରଦାନ କରିବେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଅପରାହ୍ନ ସାଢେ ୫ରେ ଲୋକସେବା ଭବନ କନଭେନସନ ସେଣ୍ଟରରେ ଆୟୋଜିତ ସ୍ବତନ୍ତ୍ର କାର୍ୟ୍ୟକ୍ରମରେ ନିଯୁକ୍ତି ପତ୍ର ପ୍ରଦାନ କରାଯିବ ।
Powered by Froala Editor