ଆସୁଛି ଲଘୁଚାପ, ଆସନ୍ତାକାଲିଠୁ ଆରମ୍ଭ ହେବ ବର୍ଷା
ଭୁବନେଶ୍ୱର: ଆସୁଛି ଲଘୁଚାପ । ଆସନ୍ତାକାଲିଠୁ ଆରମ୍ଭ ହେବ ବର୍ଷା । ଆସନ୍ତା ୪ ତାରିଖରୁ ବଙ୍ଗୋପସାଗରରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବାର ସମ୍ଭବନା ରହିଛି । ଏହି ଲଘୁଚାପ ଦକ୍ଷିଣ ଓଡ଼ିଶା ଓ ଉତର ଓଡ଼ିଶା ଉପକୂଳରେ ସୃଷ୍ଟି ହୋଇପାରେ । ଏହା ପ୍ରଭାବରେ ଆସନ୍ତାକାଲିଠୁ ୫ ତାରିଖରେ ଯାଏ ରାଜ୍ୟରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି ।
ଏନେଇ ସୋଆର ପରିବେଶ ଓ ଜଳବାୟୁ କେନ୍ଦ୍ର ପକ୍ଷରୁ ସୂଚନା ଦିଆଯାଇଛି । ଆଜି ଭଦ୍ରକ, ବାଲେଶ୍ୱର, ଯାଜପୁର, କେନ୍ଦ୍ରାପଡା,କଟକ, ଜଗତସିଂହପୁର, ପୁରୀ, ଖୋର୍ଦ୍ଧା, ନୟାଗଡ଼, ଗଞ୍ଜାମ, ଗଜପତି, ମୟୂରଭଞ୍ଜ, କେନ୍ଦୁଝର, ଢେଙ୍କାନାଳ ଆଦି ଜିଲ୍ଲାରେ ଆଜି ଘଡଘଡି ସହ ବର୍ଷା ହେବାର ସମ୍ଭାବନା ରହିଛି । କାଲିଠୁ ଉପକୂଳ ସମେତ ଦକ୍ଷିଣ ଓଡ଼ିଶାରେ ପ୍ରବଳ ବର୍ଷା ହେବ ବୋଲି ଆକଳନ କରାଯାଇଛି । ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟରୁ ଦୁର୍ବଳ ପ୍ରବାହ ଯୋଗୁ ରାଜ୍ୟରେ କିଛି ଦିନ ହେବ ବର୍ଷାର ମାତ୍ରା କମ ରହିଥିବା ବେଳେ ତାପମାତ୍ରାରେ ବି ବୃଦ୍ଧି ଘଟିଛି ।
Powered by Froala Editor