ସ୍ୱାମୀଙ୍କ ମୃତ୍ୟୁ ଖବର ଶୁଣି ଆତ୍ମହତ୍ୟା କରିଦେଲେ ସ୍ତ୍ରୀ!
ଆଳି: ସ୍ୱାମୀଙ୍କ ମୃତ୍ୟୁ ଖବର ପାଇବା ପରେ ଆତ୍ମହତ୍ୟା କରିଦେଲେ ସ୍ତ୍ରୀ। ଏଭଳି ଏକ ଅଭିଯୋଗ ଆସିଛି କେନ୍ଦ୍ରାପଡ଼ା ଜିଲ୍ଲା ରାଜକନିକା ଥାନା ଅନ୍ତର୍ଗତ ଚେରଣ୍ଟପଡ଼ା ଗାଁରୁ।
ମୃତକ ଦ୍ୱୟ ହେଲେ ଗାଁର ମନୋଜ ତରାଇ ଓ ତାଙ୍କ ପତ୍ନୀ ସ୍ୱପ୍ନା ମାଝୀ। ମନୋଜ ଭଦ୍ରକ ଜିଲ୍ଲା ଗ୍ରାମ୍ୟ ଉନ୍ନୟନ ସଂସ୍ଥାରେ ପ୍ଲାନିଂ ଅଫିସର ଭାବେ କାର୍ଯ୍ୟ କରୁଥିଲେ। ସୂଚନା ଅନୁଯାୟୀ, ଗତ ୨୫ ତାରିଖରେ ସେ ବାଇକ୍ ଯୋଗେ ଘରକୁ ଫେରୁଥିବା ବେଳେ ଚାନ୍ଦବାଲିର ନହୁଲିଆଠାରେ ଦୁର୍ଘଟଣାର ଶିକାର ହୋଇଥିଲେ। ଏଥିରେ ସେ ଗୁରୁତର ଆହତ ହୋଇଥିଲେ। ତାଙ୍କୁ ଭୁବନେଶ୍ୱରର ଏକ ଘରେଇ ହସ୍ପିଟାଲରେ ଭର୍ତ୍ତି କରାଯାଇଥିଲା। ତେବେ ଗତ ୨୮ ତାରିଖରେ ଚିକିତ୍ସାଧୀନ ଅବସ୍ଥାରେ ତାଙ୍କର ମୃତ୍ୟୁ ଘଟିଥିଲା। ଏହି ଖବର ପାଇବା ପରେ ତାଙ୍କ ପତ୍ନୀ ସ୍ୱପ୍ନା ବେକରେ ରଶି ଲଗାଇ ଆତ୍ମହତ୍ୟା କରି ଦେଇଥିଲେ ବୋଲି କୁହାଯାଉଛି।
Powered by Froala Editor