ଦେଶରେ ୩୪୬୦ ଜଣଙ୍କ ଜୀବନ ନେଲା କରୋନା
ନୂଆଦିଲ୍ଲୀ: ଦେଶରେ ଭୟଙ୍କର ହେଉଛି କରୋନା ସ୍ଥିତି । ବଢୁଛି କରୋନାର କାୟା । ସ୍ଥିତି ହେଉଛି ବେକାବୁ । ଦେଶରେ କରୋନା ମହାମାରୀର ମହାସମର ଆରମ୍ଭ ହୋଇଯାଇଛି । କରୋନା ଏବେ ଲମ୍ବ ଡିଆଁ ମାରି ଗୋଟିକ ପରେ ଗୋଟିଏ ରାଜ୍ୟରେ ପ୍ରବେଶ କରିଛି । ଦିନକୁ ଦିନ ଆକ୍ରାନ୍ତଙ୍କ ସଂଖ୍ୟା ବଢି ଚାଲିଛି । କରୋନା ଆକ୍ରାନ୍ତଙ୍କ ସହ ମୃତୁ୍ୟ ସଂଖ୍ୟା ବି ବଢିବାରେ ଲାଗିଛି । ଏହାରି ଭିତରେ ରବିବାର ସକାଳ ୮ଟା ସୁଦ୍ଧା ସମଗ୍ର ଦେଶରେ ୨୪ ଘଣ୍ଟା ମଧ୍ୟରେ ୧,୬୫,୫୫ କରୋନାଭାଇରସ୍ଜନିତ ନୂତନ ସଂକ୍ରମଣ ଓ ୩,୪୬୦ ମୃତ୍ୟୁ ରେକର୍ଡ କରାଯାଇଛି। ଏହି ତଥ୍ୟକୁ ମିଶାଇ ଭାରତରେ ସମୁଦାୟ କୋଭିଡ୍ ସଂକ୍ରମଣ ମାମଲା ୨,୭୮,୯୪,୮୦୦ ଓ ମୃତ୍ୟୁସଂଖ୍ୟା ୩,୨୫,୯୭୨ରେ ପହଞ୍ଚିଛି। ସେହିଭଳି, ଗତ ୨୪ ଘଣ୍ଟା ମଧ୍ୟରେ ୨,୭୬,୩୦୯ ଆକ୍ରାନ୍ତ ସୁସ୍ଥ ହୋଇ ଫେରିବା ସହ ସମୁଦାୟ ସୁସ୍ଥତାସଂଖ୍ୟା ୨,୫୪,୫୪,୩୨୦ରେ ପହଞ୍ଚିଛି। ଏହା ବ୍ୟତିରେକେ, ଏବେ ଦେଶରେ ସମୁଦାୟ ସକ୍ରିୟ ଆକ୍ରାନ୍ତଙ୍କ ସଂଖ୍ୟା ହେଉଛି ୨୧,୧୪,୫୦୮।
Powered by Froala Editor