୪ଦିନ ପ୍ରବଳ ବର୍ଷା, ୬ରୁ ବଢ଼ିବ

ଭୁବନେଶ୍ବର: ରାଜ୍ୟରେ ଆଗାମୀ ୪ଦିନ ପ୍ରବଳ ବର୍ଷା ସମ୍ଭାବନା ରହିଛି। ଦକ୍ଷିଣ, ଉପକୂଳ, ପଶ୍ଚିମ ଏବଂ ଆଭ୍ୟନ୍ତରୀଣ ଓଡ଼ିଶାର କିଛି ଜିଲାରେ ପ୍ରବଳ ବର୍ଷା ସମ୍ଭାବନା ଥିବାବେଳେ ୬ରୁ ବର୍ଷା ପରିମାଣ ବଢ଼ିବାର ସମ୍ଭାବନା ରହିଛି। କିଛି ଜିଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହୋଇପାରେ। ଏହି ସମୟ ମଧ୍ୟରେ ମୌସୁମୀ ସ୍ୱାଭାବିକ ସ୍ଥିତିରେ ରହିବ ବୋଲି ଭୁବନେଶ୍ବର ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ସୂଚନା ଦିଆଯାଇଛି।
ପଶ୍ଚିମ-କେନ୍ଦ୍ରୀୟ ବଙ୍ଗୋପସାଗର ପାର୍ଶ୍ବବର୍ତ୍ତୀ ଉତ୍ତର ଆନ୍ଧ୍ର ଉପକୂଳରେ ଘୂର୍ଣ୍ଣିବଳୟ ସକ୍ରିୟ ରହିଛି। ଏହାର ପ୍ରଭାବରେ ଆସନ୍ତା ୪ଦିନ ପର୍ୟ୍ୟନ୍ତ ରାଜ୍ୟର ବିଭିନ୍ନ ଅଞ୍ଚଳରେ ପ୍ରବଳ ବର୍ଷାର ସମ୍ଭାବନା ରହିଛି। ଆସନ୍ତା ୨୪ ଘଣ୍ଟା ମଧ୍ୟରେ ମାଲକାନଗିରି, କୋରାପୁଟ, ରାୟଗଡ଼ା, ଗଜପତି, ଗଞ୍ଜାମ, କନ୍ଧମାଳ, କେନ୍ଦୁଝର ଏବଂ ମୟୂରଭଞ୍ଜ ଜିଲାର କିଛି ଅଞ୍ଚଳରେ ପ୍ରବଳ ବର୍ଷା ସମ୍ଭାବନା ଥିବାରୁ ଉପରୋକ୍ତ ଜିଲା ଗୁଡିକୁ ପାଣିପାଗ ବିଭାଗ ପକ୍ଷରୁ ସତର୍କ ସୂଚନା ଜାରି କରାଯାଇଛି।
Powered by Froala Editor