ଯୁକ୍ତ ୨ ପ୍ରଥମ ପର୍ୟ୍ୟାୟ ନାମଲେଖା ଆଜିଠୁ ଆରମ୍ଭ
ଭୁବନେଶ୍ୱର: ଆଜିଠୁ ଆରମ୍ଭ ହେବ ଯୁକ୍ତ ୨ ପ୍ରଥମ ପର୍ୟ୍ୟାୟ ନାମଲେଖା। ସକାଳ ୯ରୁ ୫ଟା ଯାଏ ନାମଲେଖା ଚାଲିବ। ଚଳିତବର୍ଷ ୪ ଲକ୍ଷ ୭୨ ହଜାର ୨୭୯ ପିଲା ଆବେଦନ କରିଥିଲେ। ପ୍ରଥମ ପର୍ୟ୍ୟାୟ ନାମଲେଖା ପାଇଁ ମନୋନୀତ ହୋଇଛନ୍ତି ୪ ଲକ୍ଷ ୧୨ ହଜାର ୩୬୮ ଜଣ।
କଳାରେ ସର୍ବାଧିକ ୨ ଲକ୍ଷ ୫୩ ହଜାର ୧୭୮ ଜଣ, ବାଣିଜ୍ୟରେ ୨୫ ହଜାର ୧୬୮ ଓ ବିଜ୍ଞାନରେ ୧ଲକ୍ଷ ୨୧ ହଜାର ୨୩ ଜଣ ମନୋନୀତ ହୋଇଛନ୍ତି। ବାକି ୫୯ ହଜାର ୯୧୧ ପିଲା ଦ୍ୱିତୀୟ ଓ ସ୍ପଟ୍ ଆଡ଼ମିଶନ ପାଇଁ ରହିଯାଇଛନ୍ତି। ଏହାରି ଭିତରେ ଗତକାଲି ପ୍ରକାଶ ପାଇସାରିଛି କଟ୍ ଅଫ୍ ତାଲିକା। ବିଜ୍ଞାନ, ବାଣିଜ୍ୟ ଏବଂ କଳା, ସବୁ ଷ୍ଟ୍ରିମରେ ଛାତ୍ରଛାତ୍ରୀଙ୍କ ପ୍ରଥମ ପସନ୍ଦ ରହିଛି ରେଭେନ୍ସା।
ଜୁଲାଇ ୧୯ ରେ ପ୍ରକାଶ ପାଇବ ଦ୍ୱିତୀୟ ପର୍ୟ୍ୟାୟ ମେରିଟ ଲିଷ୍ଟ। ୨୦ ରୁ ୨୨ ଯାଏ ଦ୍ୱିତୀୟ ପର୍ୟ୍ୟାୟ ନାମଲେଖା ହେବ। ଏଥର ସ୍ପଟ୍ ସିଲେକ୍ସନ ପାଇଁ ଛାତ୍ରଛାତ୍ରୀସମସ୍ତ କଲେଜରେ ଆବେଦନ କରିପାରିବେ।
Powered by Froala Editor